Posted inଜାତୀୟ

‘ବିରୋଧୀ ଏକଜୁଟ ହେବା ଆବଶ୍ୟକ’

ମୁମ୍ବାଇ,୫।୧୦: ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ମଙ୍ଗଳବାର ବିରୋଧୀଙ୍କୁ ଏକଜୁଟ୍‌ ହେବାକୁ ଆହ୍ବାନ ଦେଇଛନ୍ତି। ଲଖିମ୍‌ପୁର ଖେରି ଘଟଣା ପରେ ବିରୋଧୀ ଦଳ ଏକଜୁଟ ହୋଇ କାର୍ଯ୍ୟ କରିବା ଆବଶ୍ୟକ ଏବଂ ଆଜି ସାରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କୁ ଭେଟିବେ ବୋଲି ରାଓ୍ବତ କହିଛନ୍ତି। ସେ ଟୁଇଟ କରି କହିଛନ୍ତି, ଲଖିମ୍‌ପୁର ଖେରି ଘଟଣା ସମଗ୍ର ଦେଶକୁ ଚକିତ କରିଛି। ୟୁପି ସରକାର ପ୍ରିୟଙ୍କା ଗାନ୍ଧୀଙ୍କୁ ଗିରଫ କରିଛନ୍ତି। ବିରୋଧୀଦଳର ନେତାମାନଙ୍କୁ କୃଷକଙ୍କୁ ଭେଟିବାକୁ ବାରଣ କରାଯାଉଛି। ଉତ୍ତରପ୍ରଦେଶରେ ସରକାରଙ୍କ ଦମନ ବିରୋଧରେ ବିରୋଧୀ ଏକଜୁଟ ହେବା ଆବଶ୍ୟକ। ୪.୧୫ ରେ ରାହୁଲ ଗାନ୍ଧୀଙ୍କୁ ଭେଟିବେ। ଜୟ ହିନ୍ଦ।
ସୂଚନାଯୋଗ୍ୟ, ଲଖିମ୍‌ପୁର ଖେରିରେ ରବିବାର ଚାଷୀମାନେ ବିକ୍ଷୋଭ କରୁଥିବାବେଳେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡି ସମେତ ୩ଟି ଏସୟୁଭି ଚାଷୀଙ୍କ ଉପରେ ମାଡିଯିବା ଏବଂ ତତ୍‌ପରବର୍ତ୍ତୀ ହିଂସାକାଣ୍ଡରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ଆଶିଷଙ୍କ ସମେତ ଅନେକ ଲୋକଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଘଟଣାସ୍ଥଳକୁ ଯାଇଥିବାବେଳେ ତାଙ୍କୁ ଅଟକ ରଖାଯାଇଥିଲା। ଅଟକ ରଖାଯିବାର ୩୦ ଘଣ୍ଟା ପରେ ପୋଲିସ ତାଙ୍କୁ ଗିରଫ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri