ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଅର୍ଥଶ୍ରାଦ୍ଧ

ଖୋର୍ଦ୍ଧା ଅଫିସ,୬ା୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଥିବା ବେଳେ ତନ୍ମଧ୍ୟରୁ ୨୦ଟି ଓ୍ବାର୍ଡ ଘରୋଇକରଣ କରାଯାଇଛି। ଦୈନିକ ଠିକା ସଂସ୍ଥା ଦ୍ୱାରା ଅଳିଆ ଉଠୁଥିବା ପ୍ରଶାସନ ପକ୍ଷରୁ କୁହାଯାଉଛି। ଏଥିଲାଗି ପ୍ରଶାସନ ପକ୍ଷରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ତେବେ ବାସ୍ତବ ଚିତ୍ର ସମ୍ପର୍ଣ୍ଣ ଭିନ୍ନ। ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଲକ୍ଷାଧିକ ଟଙ୍କା ଶ୍ରାଦ୍ଧ ହେଉଥିବା ଜଣାପଡ଼ିଛି। ସହରର ବିଭିନ୍ନ ସ୍ଥାନରେ ଅଳିଆ ପଡ଼ି ରହୁଛି। ଏନେଇ ସ୍ଥାନୀୟ ବାସିନ୍ଦା ପୌର ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ ବୋଲି କେତେଜଣ ବାସିନ୍ଦା କହିଛନ୍ତି।

ସୂଚନା ମୁତାବକ, ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ସ୍ବଚ୍ଛ ସାଥୀମାନେ ଘର ଘର ବୁଲି ଓଦା ଏବଂ ଶୁଖିଲା ଅଳିଆ ସଂଗ୍ରହ କରିବେ। ଏନେଇ ପୌର ପ୍ରଶାସନ ପକ୍ଷରୁ ସ୍ବଚ୍ଛ ସାଥୀ ଏବଂ ସାନିଟାଇଜ୍‌ କର୍ମଚାରୀଙ୍କୁ ୩ଟି ପର୍ଯ୍ୟାୟରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି। ସହରରେ ସ୍ବଚ୍ଛତା ପ୍ରତି ଗୁରୁତ୍ୱ ଦିଆଯିବା ସହ କୌଣସି ସ୍ଥାନରେ ଅଳିଆ ରହିବାକୁ ଦିଆଯିବ ନାହିଁ। ଏଥିଲାଗି ରୋଡ୍‌ ମ୍ୟାପ ପ୍ରସ୍ତୁତ କରାଯାଇଛି ବୋଲି ପୌର ପ୍ରଶାସନ ପକ୍ଷରୁ କୁହାଯାଇଛି। ପୌର ପ୍ରଶାସନ ଅଧୀନରେ ୨୦୪ଜଣ ଠିକା କର୍ମଚାରୀ, ୧୭ଜଣ ସ୍ବଚ୍ଛ ସାଥୀ, ୨ଜଣ ସୁପରଭାଇଜର କାର୍ଯ୍ୟରତ ଅଛନ୍ତି। ସେହିପରି ଠିକା ସଂସ୍ଥା ଅଧୀନରେ ୧୭୪ଜଣ କାର୍ଯ୍ୟ କରୁଛନ୍ତି। ସହରରୁ ଦୈନିକ ୧୪ରୁ ୧୬ଟନ ଓଦା ଓ ଶୁଖିଲା ଆବର୍ଜନା ବାହାରୁଛି। ଅଳିଆ ଉଠାଇବା ଲାଗି ଏସଏଚଜି ଗ୍ରୁପ ଜରିଆରେ ୬ଟି ବ୍ୟାଟେରି ଚାଳିତ ଅଳିଆ ବୁହା ଗାଡି, ୩୦ଟି ଟ୍ରାଇସାଇକେଲ, ୬ ଟ୍ରାକ୍ଟର ନିୟୋଜିତ କରାଯାଇଛି। ଏହା ସତ୍ତ୍ୱେ ସହର ଏବଂ ଗଳି କନ୍ଦିରେ ଅଳିଆ ପଡି ରହୁଥିବା ଦେଖିବାକୁ ମିଳିଛି। ଅଳିଆ ଗଦାରେ ଗୋରୁ, ବୁଲା କୁକୁର ଖାଦ୍ୟ ଲାଲସାରେ ଅଳିଆଗୁଡ଼ିକୁ ଏଣେତେଣେ ପକାଉଛନ୍ତି। ଫଳରେ ଅଳିଆ ବିଭିନ୍ନ ସ୍ଥାନରେ ଆବର୍ଜନାମୟ ହୋଇ ରହୁଛି। ଏ ସମ୍ପର୍କରେ କାର୍ଯ୍ୟନିବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀ କହିଛନ୍ତି, ସହର ସ୍ବଚ୍ଛତା ପ୍ରତି ଗୁରୁତ୍ୱ ଦିଆଯାଉଛି। ସକାଳୁ ଗୋଟିଏ ଟାଇମ୍‌ ଅଳିଆ ଉଠୁଛି। ପରବର୍ତ୍ତୀ ସମୟରେ ପୁଣି ସେହି ସ୍ଥାନରେ ଅଳିଆ ପଡୁଛି। ତେଣୁ ଏଭଳି ସମସ୍ୟା ଉପଜୁଛି। ଏଥିପ୍ରତି
ଗୁରୁତ୍ୱ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?