ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ,୧୦।୧୧: (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥି ରବିବାର ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ବର୍ଷକୁ ଗୋଟିଏ ଦିନ ଶ୍ରୀରାଧା ଓଡିଆଣୀ ବେଶ ଦର୍ଶନ ସୁଯୋଗ ମିଳିଛି। ପୂର୍ବ ରାତି ୧ ଟାରୁ ଦ୍ବାର ଉନ୍ମୋଚନ କରାଯାଇ ମଙ୍ଗଳ ଆଳତି, ବେଶ ମଇଲମ, ମର୍ଦ୍ଦନ, ଅବକାଶ, ଠାକୁରଙ୍କ ନଟବର ବେଶ ଏବଂ ଶ୍ରୀରାଧା ଓଡ଼ିଆଣୀ ବେଶ, ସୂର୍ଯ୍ୟ ପୂଜା, ଦାରପାଳ ପୂଜା, ବଲ୍ଲଭ, ସକାଳଧୂପ, ବାଳଧୂପ ଏବଂ ଆଳତି ପରେ ଭୋର ୪ ଠାରୁ ସେବାୟତ ପରିବାର ପ୍ରଥମେ ଦର୍ଶନ କରିଥିଲେ। ମନ୍ଦିର ସମ୍ମୁଖରୁ ରେଳ ଷ୍ଟେସନ ପର୍ଯ୍ୟନ୍ତ ଲମ୍ବା ଧାଡ଼ିରେ ଶ୍ରଦ୍ଧାଳୁ ମାନେ ୪ ଘଣ୍ଟା ରୁ ଅଧିକ ସମୟ ଠିଆହୋଇ ରାଧା ପାଦ ଦର୍ଶନ କରୁଛନ୍ତିି। ଅପରପକ୍ଷେ ମନ୍ଦିର ପଛପଟେ ଭିଆଇପି ଦର୍ଶନ ପାଇଁ ଠେଲାପେଲା ଯୋଗୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର ଉପସ୍ଥିତ ରହି ଯାତ୍ରା ପରିଚାଳନା ଅନୁଧ୍ୟାନ କରୁଛନ୍ତି। ପୁରୀ ଏସପି ଆଇନ ଶୃଙ୍ଖଳା, ଟ୍ରାଫିକ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଥିବା କହିଛନ୍ତି। ବିଭିନ୍ନ ବିଭାଗୀୟ ମନ୍ତ୍ରୀ, ଉଚ୍ଚ ଅଧିକାରୀ, ବିଚାରପତି ଠାକୁରଙ୍କ ଦର୍ଶନ କରି ଆଶିଷ ନେଇଥିଲେ। ମନ୍ଦିର ବେଢା ପରିକ୍ରମା ଓ ଅଁଳା ବୃକ୍ଷକୁ ଶ୍ରଦ୍ଧାଳୁ ମାନେ ପୂଜାର୍ଚ୍ଚନା କରିଛନ୍ତି।

ବର୍ଷସାରା ଉତରଭାରତ ନାରୀ ସଦୃଶ ବେଶ ଧାରଣ କରୁଥିବା ବେଳେ ପୂର୍ବକାଳରେ ଓଡ଼ିଆ ଘର ବୋହୁ ମାନେ ପରିଧାନ କରୁଥିବା ଭଳି ପାଟଶାଢି କାଣିଆକଚ୍ଛା ମାରି ଶ୍ରୀରାଧା ପିନ୍ଧିଛନ୍ତି। ପାରମ୍ପରିକ ସୁବର୍ଣ୍ଣ ଗହଣା ଗୁଡିକ ମଧ୍ୟରେ ପାଦପଦ୍ମ, ପାଉଁଜି, ଝୁଣ୍ଟିଆ, ପାହୁଡ଼, ବାଙ୍କି, ଚନ୍ଦ୍ର ହାର ଶିକୁଳି, ବେଙ୍ଗପାଟିଆ, ତାବିଜ, ଅଁଳାମାଳ, ପୋହଳାମାଳ, ଚାପସରୀ, ପଣସକଣ୍ଟା ଖଡୁ, ବାହୁଟି, ବଟଫଳ ମାଳ, ଦ୍ରାବିଡ଼ଚନ୍ଦ୍ର, ମୟୁରସା ଗୁଣା, ନୁଥ, ସେତିହାର, ପୋହଳାହାର, ଡେଉଁରିଆ ମାଳ, କିରିଟି ଆଦି ଗହଣା ଲାଗି କରାଯିବ। ଫୁଲହାର, ଅଁଳାଫଳ ମାଳ, ଦୁ, ଅରୁଆ ଚାଉଳ ସହିତ କଜଳ, ସିନ୍ଦୁର, ଅଳତା ଓ ଚନ୍ଦନପାଟି ଲାଗି କରାଯାଇଛି। ଏଥିସହିତ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣ ରେ ନୃତ୍ୟରତ ଭଙ୍ଗିରେ ଶୋଭା ପାଉଛନ୍ତି।

ପୁରୀ ଜିଲାର ୨ୟ ବୃହତମ ଗଣପର୍ବ ମାନ୍ୟତା ଲଭିଥିବା ଅଁଳାନବମୀରେ ମନ୍ଦିର ରଙ୍ଗ, ଫୁଲମାଳ ଓ ସୁନ୍ଦର ଆଲୋକ ସଜ୍ଜା ହୋଇଛି। ସାକ୍ଷୀଗୋପାଳ ବଜାରଠାରୁ ପଞ୍ଚସଖା ପଡିଆ ପର୍ଯ୍ୟନ୍ତ ଉଜ୍ବଳ ଆଲୋକମାଳାରେ ଝଲସୁଛି। ଶୃଙ୍ଖଳିତ ଦର୍ଶନ ନିମନ୍ତେ ମନ୍ଦିର ସମ୍ମୁଖରେ ଛାୟାପ୍ରଦ ବାରିକେଟ, ଯାନବାହନ ନିୟନ୍ତ୍ରଣ ଠାରୁ ସୁରକ୍ଷା କଡ଼ାକଡ଼ି କରାଯାଇଛି।ତହସିଲଦାର ସନ୍ତୋଷ ପାଣିଗ୍ରାହୀ ଏବଂ ବିଡ଼ିଓ ଲିପ୍ସା ରାୟ ମାଜିଷ୍ଟ୍ରେଟ ଦାୟିତ୍ୱରେ ରହିଛନ୍ତି। ମେଳା ପଡିଆରେ ମିଶନଶକ୍ତି, ହସ୍ତଶିଳ୍ପ ଷ୍ଟଲ ଖୋଲାଯାଇଛି। ବଛା ବଛା ପୋଲିସ ଅଧିକାରୀଙ୍କୁ ନେଇ ସ୍ବତନ୍ତ୍ର ଟିମ ଆଇନ ଶୃଙ୍ଖଳା ପରିସ୍ଥିତି ପ୍ରତି ତୀକ୍ଷ୍ଣ ନଜର ରଖିଥିବା ଆଇଆଇସି ଉମେଶ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?