ଋଷିକୂଲ୍ୟାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପୁରୁଷୋତ୍ତମପୁର,୬ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ପବିତ୍ର ଋଷିକୂଲ୍ୟା ନଦୀ ଉତ୍ତର ବାଙ୍କଠାରେ ଲକ୍ଷାଧିକ ଶ୍ରଦ୍ଧାଳୁ ମହାବାରୁଣୀ ସ୍ନାନ କରିଛନ୍ତି। ଭକ୍ତମାନେ ଋଷିକୂଲ୍ୟାରେ ବୁଡ଼ ପକାଇବା ସହ ପିତୃପୁରୁଷଙ୍କୁ ପିଣ୍ଡଦାନ ଓ ଅସ୍ତି ବିସର୍ଜନ କରିଥିଲେ। ମାତ୍ର ଏହି ଜନଗହଳିରେ ଲୁଟେରା ଗ୍ୟାଙ୍ଗ ସକ୍ରିୟ ହୋଇ ଉଠି ବହୁ ମହିଳାଙ୍କ ବେକ୍‌ରୁ ସୁନାଗହଣା ଛିଡ଼ାଇ ନେବା ସହ ଭକ୍ତଙ୍କ ଜିନିଷପତ୍ର ମାନ ଚୋରାଇ ନେଇଛନ୍ତି। ଏପରି ଚୋରି କରିବା ବେଳେ ଜଣେ ମହିଳା ଚୋରକୁ ଲୋକେ କାବୁକରି ପୋଲିସରେ ଜିମା ଦେଇଛନ୍ତି। ଏତେ ଜନଗହଳିରେ ଆବଶ୍ୟକ ପରିମାଣରେ ପୋଲିସ ଫୋର୍ସ ନିୟୋଜିତ କରାଯାଇ ନ ଥିବାରୁ ଟ୍ରାଫିକ ସମସ୍ୟା ସହ ଚୋରି ରାହାଜାନି ବଢ଼ିଛି। ବୁଡ଼ ଲାଗି ଶୁକ୍ରବାର ସନ୍ଧ୍ୟାରୁ ଲୋକଙ୍କ ଭିଡ଼ ଆରମ୍ଭ ହୋଇଥିଲା। ଭୋର୍‌ରୁ ପ୍ରସିଦ୍ଧ ବାବା ତୁମ୍ବେଶ୍ବର,ରଘୁନାଥ, ତାରାତାରିଣୀ, ଲକ୍ଷ୍ମୀନାରାୟଣ, ଓ ରୁକୁଣାଙ୍କୁ ଋଷିକୂଲ୍ୟା ବୁଡ଼ ପଡିଆକୁ ବିରାଟ ପଟୁଆର ସହକାରେ ନେଇ ମେଳଣ କରିବା ସହ ମହାଆଳତି ହେବା ପରେ ବୁଡ ପକାଇଥିଲେ ଶ୍ରଦ୍ଧାଳୁ।
ଏହି ପ୍ରତାପୁର ବାରୁଣୀ ସ୍ନାନର ଏକ ସ୍ବତନ୍ତ୍ର କିମ୍ବଦନ୍ତୀ ରହଛି। ଯାହାକି ପ୍ରଭୁ ରାମଚନ୍ଦ୍ର ବନବାସରେ ଥିବା ବେଳେ ଏହି ପ୍ରତାପୁର ଋଷିକୂଲ୍ୟାର ଉତ୍ତର ବାଙ୍କରେ ରହିବା ସହ ନିଜର ଦୈନିକ ପୂଜାଲାଗି ବାବା ତୁମ୍ବେଶ୍ବରଙ୍କୁ ସ୍ଥାପନା କରି ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ପିତା ଦଶରଥଙ୍କ ମୃତ୍ୟୁ ଖବରପାଇ ପତ୍ନୀ ସୀତାଙ୍କ ସହ ଦଶରଥଙ୍କ ଉଦ୍ଦେଶ୍ୟରେ  ବାଲୁକା ପିଣ୍ଡଦାନ କରିଥିଲେ। ସେହିଦିନଠାରୁ ଏଠାରେ ବାରୁଣୀ ସ୍ନାନ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?