ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ଭୋରରୁ ହିଁ ମନ୍ଦିର ପରିସର ଓ ମୁଖ୍ୟ ରାସ୍ତାରେ ଭକ୍ତମାନଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଥିଲା। ତେବେ ଭକ୍ତଙ୍କ ସଂଖ୍ୟା ଅନୁପାତରେ ସୁଚାରୁ ବ୍ୟବସ୍ଥା ନଥିବାରୁ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥା ଓ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା।

ପ୍ରବଳ ଖରା ଓ ଅସହ୍ୟ ଗରମ ମଧ୍ୟରେ ହଜାର ହଜାର ଭକ୍ତ ପ୍ରାୟ ଚାରି ଘଣ୍ଟାରୁ ଅଧିକ ସମୟ ଧରି ବ୍ୟାରିକେଡ୍‌ ମଧ୍ୟରେ ଛିଡ଼ା ହୋଇ ରହିଥିଲେ। ଏହାର ପ୍ରଭାବରେ କେତେକ ମହିଳା, ବୃଦ୍ଧ ଓ ଶିଶୁ ଅସୁସ୍ଥ ହୋଇପଡ଼ିଥିବା ବେଳେ କେହି କେହି ଚେତାଶୂନ୍ୟ ହୋଇଯାଇଥିବା ସୂଚନା ମିଳିଛି। ଦୀର୍ଘ ସମୟ ଧାଡ଼ିରେ ଅପେକ୍ଷା କରିବା ସତ୍ତ୍ୱେ ଦର୍ଶନ କରିପାରି ନ ଥିବାରୁ ଅନେକ ଭକ୍ତ ନିରାଶ ହୋଇ ଫେରିଯାଇଥିଲେ।

ଅନ୍ୟପଟେ ଭଦ୍ରକ–ଆଖଣ୍ଡଳମଣି ମୁଖ୍ୟ ରାସ୍ତାରେ ମଧ୍ୟ ତୀବ୍ର ଯାତାୟାତ ସମସ୍ୟା ଦେଖାଦେଇଥିଲା। ବସ୍‌ଷ୍ଟାଣ୍ଡଠାରୁ ମନ୍ଦିର ପ୍ରବେଶ ପଥ ପର୍ଯ୍ୟନ୍ତ ଶହ ଶହ ଗାଡ଼ି ଅଟକି ରହିଥିବାରୁ ଯାତ୍ରୀ ଓ ଭକ୍ତମାନେ ନାହିଁନଥିବା ହଇରାଣର ସମ୍ମୁଖୀନ ହୋଇଥିଲେ।

ରଜ ସଂକ୍ରାନ୍ତି ଭଳି ବଡ଼ ପର୍ବରେ ଭକ୍ତଙ୍କ ସୁବିଧା ପାଇଁ ପାନୀୟ ଜଳ, ବିଶ୍ରାମ ଓ ଛାୟା ବ୍ୟବସ୍ଥା, ଆବଶ୍ୟକ ସ୍ୱାସ୍ଥ୍ୟସେବା ଏବଂ ସୁଚାରୁ ଦର୍ଶନ ବ୍ୟବସ୍ଥା କରାଯିବା ଦରକାର ବୋଲି ସ୍ଥାନୀୟ ଲୋକ ଓ ଶ୍ରଦ୍ଧାଳୁମାନେ ଦାବି କରିଛନ୍ତି।ରଜ ଭଳି ମହାପର୍ବରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେଉଥିବା ସତ୍ତ୍ୱେ ପ୍ରଶାସନିକ ବ୍ୟବସ୍ଥା ପର୍ଯ୍ୟାପ୍ତ ନଥିବା ଅଭିଯୋଗ ହୋଇଛି। ଏହି ଅବ୍ୟବସ୍ଥାକୁ ନେଇ ଭକ୍ତ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତର, ଜିଲା ଚିକିତ୍ସାଲୟରେ ଭର୍ତ୍ତି

କୁନ୍ଦୁରା,୨୪।୯,(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଫୁପୁଗାଁ ଗ୍ରାମ ପଞ୍ଚାୟତ ଚନ୍ଦ୍ରଶୁଣ୍ଢୀଗୁଡା ଠାରେ ଲଗାଣ ବର୍ଷାରେ ଘର ଭୁଶୁଡି ମହିଳା ଗୁରୁତରହୋଇଛନ୍ତି। ମହିଳା ଜଣକ ହେଲେ…

BLOଙ୍କ ପାଇଁ ବଡ଼ ଖବର: ମିଳିବ ବାର୍ଷିକ ୧୮ ହଜାର ଟଙ୍କାର ସମ୍ମାନ ଭତ୍ତା, ୮୧.୪୫ କୋଟିର…

ଭୁବନେଶ୍ୱର,୨୪।୯: ରାଜ୍ୟର ବୁଥ୍ ଲେବଲ୍ ଅଫିସର (BLO)ଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆର୍ଥିକ ପ୍ରୋତ୍ସାହନ ଘୋଷଣା କରିଛନ୍ତି। SIR ୨୦୨୬ ଭୋଟର ତାଲିକା ସଂଶୋଧନ…

ପୁରୁଷୋତ୍ତମପୁରରେ ଫୁଲୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୪।୯, (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନି ଦିନ ହେଲା ବର୍ଷା ଲାଗିରହି ସାଧାରଣ ଜୀବନକୁ…

‘ପାକିସ୍ତାନ ଜିନ୍ଦାବାଦ’ ଜପ କଲେ ଆୟୁଷ୍ମାନ ଖୁରାନା; ଟ୍ରୋଲ ହେବା ପରେ କହିଲେ…

ମୁମ୍ବାଇ: ଆୟୁଷ୍ମାନ ଖୁରାନା ବଲିଉଡର ସେହି ଅଭିନେତାମାନଙ୍କ ମଧ୍ୟରୁ ଅନ୍ୟତମ, ଯେଉଁମାନେ ହାସ୍ୟରସ ଓ ଆକ୍ସନଠାରୁ ଆରମ୍ଭ କରି ସାମାଜିକ ବାର୍ତ୍ତାବହ ଚଳଚ୍ଚିତ୍ର ପର୍ଯ୍ୟନ୍ତ ବିଭିନ୍ନ ଶୈଳୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?