ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା ଯାଇଥିଲା। ପରେ ଶ୍ରଦ୍ଧାଳୁ ମାନେ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ। ପୀଠରେ ଜିଲା ତଥା ପୋଲିସ ପ୍ରଶାସନ ପକ୍ଷରୁ କଡା ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଟ୍ରାଫିକ ନିୟନ୍ତ୍ରଣ ଉପରେ ସମ୍ପୂର୍ଣ୍ଣ ଦୃଷ୍ଟି ଦିଆ ଯାଇଛି। ସେପଟେ ତିନିତର, ଧାନଖଣିଆ, ମୁଆଁ ଆଦି ନଦୀଘାଟରେ ଅଗ୍ନିଶ୍ରମ, ଓଡ୍ରାଫ ଟିମ୍‌ ସଜାଗ ରହିଛି । ଭଦ୍ରକ ଉପଜିଲାପାଳ ତଥା ମନ୍ଦିର ମ୍ୟାନେଜିଂ ଟ୍ରଷ୍ଟି ସୌରଭ ଚକ୍ରବର୍ତ୍ତୀ, ଜିଲା ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ, ଗୋଇନ୍ଦା ବିଭାଗ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଂଶୁମାନ ଦ୍ବିବେଦୀ, ଚାନ୍ଦବାଲି ତହସିଲଦାର ଭବତୋଷ ମଲିକ, ଧାମନଗର ବିଡିଓ ବନବିହାରୀ ଦିନ୍ଦା, ଜିଲା ସୂଚନା ଅଧିକାରୀ ମଧୁସ୍ମିତା ଶତପଥୀ ପ୍ରମୁଖ ପୀଠରେ ଉପସ୍ଥିତ ରହି ପରିସ୍ଥିତି ଉପରେ ସମ୍ପୂର୍ଣ୍ଣ ନଜର ରଖିଛନ୍ତି । ପୂର୍ବାଞ୍ଚଳ ଡିଆଜି ପିନାକ ମିଶ୍ର ପୀଠରେ ପହଞ୍ଚି ପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଧୂଷୁରୀ ଥାନା ଅଧିକାରୀ ଅଜୟ ସୁଦର୍ଶନ ବାଗେ, ଆରଡି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ ପକ୍ଷରୁ କୃତଜ୍ଞତା ଜ୍ଞାପନ କରିଛନ୍ତ। ଆଜି ପ୍ରଭାତ ଠାରୁ ରାତି ୧୨ଟା ପର୍ଯ୍ୟନ୍ତ ପ୍ରଭୁ ଦିଗମ୍ବର ବେଶରେ ଦର୍ଶନ ଦେଉଛନ୍ତି ଏଥି ସହିତ ଘର୍ଷଣ ଭୋଗ ଲାଗି ଚାଲିଛି। ରାତି ୧୨ଟାରେ ପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଭୋର୍‌ ୪.୩୦ରେ ମହାଦୀପ ଉଠିବ ବୋଲି ମନ୍ଦିର ପରିଚାଳକ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri