ପାର୍ଟ ଟାଇମ ଜବ ଅଫର ଲୋଭ ଦେଖାଇ ଲୁଟିନେଲେ ଲକ୍ଷାଧିକ ଟଙ୍କା

ହିଞ୍ଜିଳିକାଟୁ,୧।୬(ଡି.ଏନ.ଏ): ପାର୍ଟ ଟାଇମ କାମ କରିବା ପଡିଲା ମହଙ୍ଗା। ହିଞ୍ଜିଳି ଥାନା ଦୁର୍ବନ୍ଧ ଗ୍ରାମର ଦାମୋଦର ମହାନ୍ତି ଅନ୍‌ଲାଇନରେ ପାର୍ଟ ଟାଇମ କାମ କରିବା ଲୋଭରେ ୨ ଲକ୍ଷ ଟଙ୍କ ହରାଇଛନ୍ତି। ଏଥି ନେଇ ଦାମୋଦର ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ କ୍ରମେ କେସ୍‌ ନଂ- ୩୭୨/୨୩ରେ ପୋଲିସ ଡକାମି ଓ ପ୍ରତାରଣା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।
ପ୍ରକାଶ ଯେ, ଗତ ମାସ ୨୬ ତାରିଖରେ ଦାମୋଦର ମୋବାଇଲକୁ ଏକ ଅଜଣା ମୋବାଇଲରୁ ମେସେଜ ଆସିଥିଲା। ଯେଉଁଥିରେ ଘରେ ବସି ଅନଲାଇନରେ ପାର୍ଟ ଟାଇମ କାମ କରିବା ଅଫର ରହିଥିଲା। ସେହି ଲୋଭରେ ଦାମୋଦର ଉକ୍ତ ନମ୍ବର ସହ ଯୋଗାଯୋଗ କରି ଉକ୍ତ ଅଜଣା ବ୍ୟକ୍ତିଙ୍କ କହିବା ପ୍ରକାରେ ଆମାଜନ ପେ ମାଧ୍ୟମରେ ୩୭ ହଜାର ୫ ଶହ ଟଙ୍କା ଓ ପେଟିଏମ୍‌ ୟୁପିଆଇଡ଼ି ମାଧ୍ୟମରେ ୯୫ହଜାର ଟଙ୍କା ଟ୍ରାନ୍ସଫର କରିଥିଲେ। ପୁଣି ଗତ ମାସ ୨୭ରେ ଉକ୍ତ ଫୋନ ନମ୍ବରରୁ ଦାମୋଦରଙ୍କୁ ମେସେଜ ଆସିଥିଲା ଯେ, ୬୩ହଜାର ୩୧୩ଟଙ୍କା ଏକ ବ୍ୟାଙ୍କ ଆକାଉଣ୍ଟକୁ ପଠାଇଲେ ପୂର୍ବରୁ ପ୍ରଦାନ କରିଥିବା ଟଙ୍କା ସହ ସମସ୍ତ ଟଙ୍କା ଫେରସ୍ତ ହେବ। ସନ୍ଧ୍ୟାରେ ଦାମୋଦର ଉକ୍ତ ମେସେଜ ଅନୁସାରେ ପୁଣି ୬୩ହଜାର ୩୧୩ ଟଙ୍କା ଉକ୍ତ ବ୍ୟାଙ୍କ ଆକାଉଣ୍ଟକୁ ପଠାଇଥିଲେ। ତେବେ କୌଣସି ଟଙ୍କା ଫେରସ୍ତ ନ ହେବାରୁ ଦାମୋଦର ଠକାମି ଶିକାର ହେବା ନେଇ ବୁଧବାର ହିଞ୍ଜିଳଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri