ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି । ଏହା ସହିତ ବ୍ୟବହୃତ ପିକଅପ୍‌ ଭ୍ୟାନ ସହିତ ସମ୍ପୃକ୍ତ ଡ୍ରାଇଭରଙ୍କୁ ଟାଉନ ଥାନାରେ ଅଟକ ରଖାଯାଇଛି । ନିର୍ବାଚନ ସହିତ ଜବତ ଟଙ୍କାର ସମ୍ପର୍କ ରହିଛି କି ନାହିଁ, ସେ ନେଇ ତଦନ୍ତ ଜାରି ରହିଛି ବୋଲି ଟାଉନ ଥାନା ଆଇଆଇସି ସତ୍ୟଜିତ କଣ୍ଡାନକେଲ କହିଛନ୍ତି ।

ସମ୍ପୃକ୍ତ ପିକଅପ୍‌ ଭ୍ୟାନଟି ବରପାଲି ପଟରୁ ସମ୍ବଲପୁର ପଟକୁ ଯାଉଥିବା ପୋଲିସ କହିଛି । ଚଳିତ ନିର୍ବାଚନରେ ଆଦର୍ଶ ଆଚରଣ ବିଧି ଲାଗୁହେବା ପରେ ବରଗଡ଼ରେ ଏତେଟଙ୍କା ଜବତ ହେବା ଏହା ପ୍ରଥମ ଘଟଣା ଏବଂ ନିର୍ବାଚନ ସହିତ ସେହି ଟଙ୍କାର ସମ୍ପର୍କ ରହିଥିବା ପ୍ରମାଣ ମିଳିଲେ ନିୟମ ମୁତାବକ ସମ୍ପୃକ୍ତ ରାଜନୈତିକ ଦଳ ବିରୋଧରେ କାର୍ଯାନୁଷ୍ଠାନ ନିଆଯିବ ବୋଲି ଫ୍ଲାଇଂ ଟିମ୍‌ ସ୍କ୍ବାଡ୍‌କୁ ଲିଡ୍‌ କରୁଥିବା ବରଗଡ଼ ଅତିରିକ୍ତ ତହସିଲଦାର ଦିବାକର ପ୍ରଧାନ କହିଛନ୍ତି ।

ସୂଚନା ଅନୁଯାୟୀ, ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକ ଏବଂ ବରାହଗୋଡ଼ା ନିକଟ ବିକାଶ ସ୍କୁଲ ଛକରେ ପୋଲିସ ନିୟମିତ ଯାଞ୍ଚ ଜାରି ରଖିଛି । ତେବେ ହଲଦୀପାଲି ଛକରେ ସମ୍ପୃକ୍ତ ପିକଅପ୍‌ ଭ୍ୟାନକୁ ଯାଞ୍ଚ କରିବାବେଳେ ସେଥିରୁ ୧୦ଲକ୍ଷ ଟଙ୍କା ମିଳିଥିଲା । ତେବେ ଖବର ଲେଖାହେବା ସୁଦ୍ଧା ପିକଅପ୍‌ ଭ୍ୟାନ ଡ୍ରାଇଭର ସେହି ଟଙ୍କା ନେଇ ସନ୍ତୋଷଜନକ ଉତ୍ତର ରଖିପାରି ନ ଥିବାବେଳେ ଗାଡ଼ି ମାଲିକଙ୍କୁ ଖବର ଦିଆଯାଇଛି। ସେ ଆସିଲେ ତାଙ୍କୁ ପଚରାଉଚୁରା କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri