ଯୁକ୍ତ୨ରେ ଖାଲି ପଡ଼ିଛି ଲକ୍ଷେ ସିଟ୍‌

ଭୁବନେଶ୍ୱର, ୨୧।୯(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଶେଷ ହୋଇଛି। ହେଲେ ଏବେ ବି ୧ଲକ୍ଷରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ୧,୪୦,୨୫୭ଟି ସିଟ୍‌ ଖାଲି ପଡ଼ିଥିଲା। ତେଣୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ କରିଥିଲା। ଏବେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା ପରେ ୧,୦୯,୦୯୩ ସିଟ୍‌ ବଳକା ପଡ଼ିଥିବା ସାମ୍ସ ପୋର୍ଟାଲରୁ ଜଣାପଡ଼ିଛି। ଗତ ୧୫ ତାରିଖରେ ପ୍ରକାଶ ପାଇଥିବା ଓ୍ବେଟିଂ ଲିଷ୍ଟରେ ଥିବା ଛାତ୍ରୀଛାତ୍ର ମନୋନୀତ ଉଚ୍ଚ ମାଧ୍ୟମିକ ସ୍କୁଲରେ(ସିଟ୍‌ ଖାଲିଥିଲେ) ଗୁରୁବାର ପୂର୍ବାହ୍ନ ୧୦ଟାରୁ ୨୨ ତାରିଖ ଅପରାହ୍ନ ୩ଟା ଭିତରେ ନାମ ପଞ୍ଜୀକରଣ କରିବେ। ୨୨ ତାରିଖ ଅପରାହ୍ନ ସାଢ଼େ ୪ଟାରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୩ ତାରିଖ ସକାଳ ସାଢ଼େ ୧୦ଟାରୁ ୨୫ ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇବେ। ତେବେ ଏହି ନାମଲେଖା ପ୍ରକ୍ରିୟା ଶେଷ ହେବା ପରେ ବି ପ୍ରାୟ ଲକ୍ଷେ ସିଟ୍‌ ଖାଲି ପଡ଼ିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ରାଜ୍ୟର ୨,୨୦୩ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମୋଟ ୫,୨୦,୫୬୮ଟି ଯୁକ୍ତ୨ ସିଟ୍‌ ରହିଛି। ସେଥିମଧ୍ୟରୁ ଏ ପର୍ଯ୍ୟନ୍ତ ୪,୧୧,୪୭୫ ସିଟ୍‌ରେ ନାମଲେଖା ଶେଷ ହୋଇଛି। ଖାଲି ପଡ଼ିଥିବା ୧,୦୯,୦୯୩ ସିଟ୍‌ ମଧ୍ୟରୁ କଳା ବିଭାଗରେ ୩୫,୩୩୬ ସିଟ୍‌ ଥିବାବେଳେ ବିଜ୍ଞାନରେ ୫୨,୦୭୭, ବାଣିଜ୍ୟରେ ୧୩,୬୧୦, ସଂସ୍କୃତରେ ୩,୩୬୧ ଏବଂ ଧନ୍ଦାମୂଳକ ଶିକ୍ଷାରେ ୪,୭୦୯ ସିଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri