ଯୁକ୍ତ୨ରେ ଖାଲି ପଡ଼ିଛି ଲକ୍ଷେ ସିଟ୍‌

ଭୁବନେଶ୍ୱର, ୨୧।୯(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଶେଷ ହୋଇଛି। ହେଲେ ଏବେ ବି ୧ଲକ୍ଷରୁ ଊର୍ଦ୍ଧ୍ୱ ସିଟ୍‌ ଖାଲି ପଡ଼ିଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ୧,୪୦,୨୫୭ଟି ସିଟ୍‌ ଖାଲି ପଡ଼ିଥିଲା। ତେଣୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆରମ୍ଭ କରିଥିଲା। ଏବେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା ପରେ ୧,୦୯,୦୯୩ ସିଟ୍‌ ବଳକା ପଡ଼ିଥିବା ସାମ୍ସ ପୋର୍ଟାଲରୁ ଜଣାପଡ଼ିଛି। ଗତ ୧୫ ତାରିଖରେ ପ୍ରକାଶ ପାଇଥିବା ଓ୍ବେଟିଂ ଲିଷ୍ଟରେ ଥିବା ଛାତ୍ରୀଛାତ୍ର ମନୋନୀତ ଉଚ୍ଚ ମାଧ୍ୟମିକ ସ୍କୁଲରେ(ସିଟ୍‌ ଖାଲିଥିଲେ) ଗୁରୁବାର ପୂର୍ବାହ୍ନ ୧୦ଟାରୁ ୨୨ ତାରିଖ ଅପରାହ୍ନ ୩ଟା ଭିତରେ ନାମ ପଞ୍ଜୀକରଣ କରିବେ। ୨୨ ତାରିଖ ଅପରାହ୍ନ ସାଢ଼େ ୪ଟାରେ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର ୨୩ ତାରିଖ ସକାଳ ସାଢ଼େ ୧୦ଟାରୁ ୨୫ ତାରିଖ ଅପରାହ୍ନ ୪ଟା ଭିତରେ ନାମ ଲେଖାଇବେ। ତେବେ ଏହି ନାମଲେଖା ପ୍ରକ୍ରିୟା ଶେଷ ହେବା ପରେ ବି ପ୍ରାୟ ଲକ୍ଷେ ସିଟ୍‌ ଖାଲି ପଡ଼ିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ରାଜ୍ୟର ୨,୨୦୩ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମୋଟ ୫,୨୦,୫୬୮ଟି ଯୁକ୍ତ୨ ସିଟ୍‌ ରହିଛି। ସେଥିମଧ୍ୟରୁ ଏ ପର୍ଯ୍ୟନ୍ତ ୪,୧୧,୪୭୫ ସିଟ୍‌ରେ ନାମଲେଖା ଶେଷ ହୋଇଛି। ଖାଲି ପଡ଼ିଥିବା ୧,୦୯,୦୯୩ ସିଟ୍‌ ମଧ୍ୟରୁ କଳା ବିଭାଗରେ ୩୫,୩୩୬ ସିଟ୍‌ ଥିବାବେଳେ ବିଜ୍ଞାନରେ ୫୨,୦୭୭, ବାଣିଜ୍ୟରେ ୧୩,୬୧୦, ସଂସ୍କୃତରେ ୩,୩୬୧ ଏବଂ ଧନ୍ଦାମୂଳକ ଶିକ୍ଷାରେ ୪,୭୦୯ ସିଟ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri