କନ୍ଧମାଳର ଲକ୍ଷପତି ଦିଦି ରାୟଗଡାରେ ଦେଉଛନ୍ତି ତାଲିମ

ଦାରିଙ୍ଗବାଡି, ୪।୯ (ଅରୁଣ ସାହୁ ): ସବୁ ବେଳେ ତେନ୍ତୁଳିର ଚାହିଦା ରାଜ୍ୟ ଓ ରାଜ୍ୟ ବାହାରେ ରହିଛି। ଅମଳ ପରେ ଏହାକୁ ସଠିକ ଭାବେ ପ୍ରସ୍ତୁତି କରିପାରିଲେ ଏହା ଚାଷୀଙ୍କୁ ଲାଭ ଦେବ। କନ୍ଧମାଳ ଜିଲା ଦାରିଙ୍ଗବାଡି ସମେତ ବିଭିନ୍ନ ବ୍ଲକ ଅଞ୍ଚଳରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ତେନ୍ତୁଳି ପ୍ରସ୍ତୁତ କରି ରାଜ୍ୟ ଓ ରାଜ୍ୟ ବାହାରେ ଯଥା ଦିଲ୍ଲୀ, ଆନ୍ଧ୍ରପ୍ରଦେଶ, କର୍ନାଟକ, ତାମିଲନାଡୁ, ଉତ୍ତରପ୍ରଦେଶରେ ବିଭିନ୍ନ ମେଳାରେ ବିକ୍ରି କରିବାକୁ ମହିଳା ସଙ୍ଗଠନ ପକ୍ଷରୁ ମେଳାରେ ଷ୍ଟଲ ନିଆଯାଇଥାଏ। ଏହାର ସଠିକ ପ୍ରସ୍ତୁତି ନେଇ ତାଲିମ ଦେବାକୁ ମଙ୍ଗଳବାର ଦାରିଙ୍ଗବାଡି ବ୍ଲକରୁ ରାୟଗଡା ଜିଲାରେ ୨ ଜଣିଆ ଟିମ୍‌ ପହଞ୍ଚତ୍ଛନ୍ତି। ଏଥିରେ ମୁଖ୍ୟ ତାଲିମଦାତା ଭାବେ ଗତବର୍ଷ ଉତ୍ତରପ୍ରଦେଶର ନୋଇଡା ମେଳାରେ ସର୍ବାଧିକ କନ୍ଧମାଳର ହଳଦୀ, ତେନ୍ତୁଳି, କ୍ଷୁଦ୍ରଦାନା ଶସ୍ୟ ଆଦି ବିକ୍ରି କରି ଲକ୍ଷପତି ଦିଦିର ମାନ୍ୟତା ପାଇଥିବା ଝରଣା ସାହୁ ଓ ତାଙ୍କୁ ସହଯୋଗ କରୁଥିବା ପ୍ରଭାକର ସାହୁ ରହିଛନ୍ତି। ଟିମ୍‌ ରାୟଗଡା ଜିଲା କୋଲନରା ବ୍ଲକରେ ପହଞ୍ଚତ୍ ୨ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ତାଲିମ ଦେଇଛନ୍ତି। ଶନିବାର ପର୍ଯ୍ୟନ୍ତ ଏହି ତାଲିମ କାର୍ଯ୍ୟକ୍ରମ ଚାଲିବ। କୋଲନରା ବିଡ଼ିଓ ରୀନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଓରମାସର ଅଧିକାରୀଙ୍କ ତତ୍ତ୍ୱାବଧାନରେ ଏହି ତାଲିମ କାର୍ଯ୍ୟକ୍ରମ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

RCB ମହିଳା ଟିମକୁ ଶୁଭେଚ୍ଛା ଜଣାଉ ଜଣାଉ ପୁରୁଷ ଟିମକୁ ଏମିତି କହିଲେ ବିଜୟ ମାଲ୍ୟା, ଯାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରି ଟାଇଟଲ ଜିତିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB…

ଭାଲେଣ୍ଟାଇନ୍‌ ଡେ’ରୁ ଏହି ରାଶିର ଆରମ୍ଭ ହେବ ଭଲ ଦିନ, ଖୋଲିବ ବନ୍ଦ ଭାଗ୍ୟର ତାଲା

ଫେବୃଆରୀ ମାସ ମିଥୁନ ରାଶି ପାଇଁ ବିଶେଷ ହୋଇପାରେ। ୧୩ ଫେବୃଆରୀ ପରେ, ମିଥୁନ ରାଶିର ଭାଗ୍ୟ ସେମାନଙ୍କ ପାଇଁ ଅନୁକୂଳ ହୋଇପାରେ। ରାଶିର ଅଧିଷ୍ଠାତ୍ରୀ ଦେବତା…

ଆମେରିକା ସହିତ ‘ସିକ୍ରେଟ୍‌ ଟାରିଫ୍‌ ଡିଲ୍‌’ କରିବାକୁ ଯାଉଛି ବାଂଲାଦେଶ, ଭାରତ ପାଇଁ ବଢିଲା ଟେନସନ୍‌

ନୂଆଦିଲ୍ଲୀ,୬।୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଆମେରିକା ସହିତ ଏକ ଗୁପ୍ତ ଟାରିଫ୍‌ ଚୁକ୍ତି କରିବାକୁ ଯୋଜନା କରୁଛି। ଦେଶର ସଂସଦୀୟ ନିର୍ବାଚନର ମାତ୍ର ତିନି ଦିନ ପୂର୍ବରୁ,…

ଏମିତି ମିଛ କହିଲେ ଟ୍ରମ୍ପ: ପୋଲ୍‌ ଖୋଲି ଦେଲା ଚାଇନା

ଓ୍ବାଶିଂଟନ୍‌,୬।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ଫୋନ କଲ୍‌ ପରେ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଅନେକ ସାହସିକ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri