Posted inଖେଳ

ବିଶ୍ୱକପ୍‌ ପୂର୍ବରୁ ବୀରେନ୍ଦ୍ର ଲାକ୍ରାଙ୍କୁ ମିଳିଲା ଗୁରୁଦାୟିତ୍ୱ

ନୂଆଦିଲ୍ଲୀ,୨୪ା୫: ପୂର୍ବତନ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରାଙ୍କୁ ଆସନ୍ତା ବର୍ଷ ହେବାକୁ ଥିବା ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଜୁନିୟର ପୁରୁଷ ହକି ଦଳର ଆସିଷ୍ଟାଣ୍ଟ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି। ଏ ନେଇ ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ୩୫ ବର୍ଷୀୟ ଲାକ୍ରା ମୁଖ୍ୟ କୋଚ୍‌ ତଥା କିମ୍ବଦନ୍ତୀ ଗୋଲକିପର ପିଆର ଶ୍ରୀଜେଶଙ୍କ ନେତୃତ୍ୱାଧୀନ କୋଚିଂ ଦଳରେ କାମ କରିବେ।

ଏଭଳି ଗୁରୁତ୍ୱପୂର୍ଣ୍ଣ ସମୟରେ ଭାରତୀୟ ଜୁନିୟର ପୁରୁଷ ଦଳର ସଦସ୍ୟ ହେବା ସମ୍ମାନର ବିଷୟ। ଭାରତୀୟ ଜର୍ସି ପିନ୍ଧିବା ପାଇଁ କ’ଣ କ’ଣ ଦରକାର ମୋତେ ତାହା ଜଣାଅଛି। ଏବେ ମୁଁ ନୂଆ ପିଢ଼ିର ଖେଳାଳିଙ୍କୁ ବଡ଼ ଟୁର୍ନାମେଣ୍ଟ ଲାଗି ପ୍ରସ୍ତୁତ ହେବାରେ ସାହାଯ୍ୟ କରିବାକୁ ଯାଉଛି। ମୋ ଦୀର୍ଘ ଦିନର ସାଥି ଖେଳାଳି ଓ ପ୍ରେରଣା ଶ୍ରୀଜେଶଙ୍କ ସହ କାମ କରିବା ଏକ କୌତୁହଳପୂର୍ଣ୍ଣ ଚ୍ୟାଲେଞ୍ଜ। ଆମେ ଏକ ଭୟମୁକ୍ତ ଏବଂ ଭଲ ଭାବେ ପ୍ରସ୍ତୁତ ଥିବା ଦଳ ଗଠନ କରିବା ପାଇଁ ପ୍ରତିବଦ୍ଧ ବୋଲି ଲାକ୍ରା କହିଛନ୍ତି।

ଭାରତୀୟ ଦଳର ଡିଫେନ୍ସ ଭାଗକୁ ସୁଦୃଢ଼ କରିବା ଲାକ୍ରାଙ୍କ ମୁଖ୍ୟ ଦାୟିତ୍ୱ ହେବ। ଆସନ୍ତା ବର୍ଷ ନଭେମ୍ବର ୨୮ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ମଦୁରାଇଠାରେ ଜୁନିୟର ହକି ବିଶ୍ୱକପ୍‌ ଖେଳାଯିବ।

ଉଲ୍ଲେଖଯୋଗ୍ୟ ଯେ, ୨୦୧୦ରେ ଭାରତ ପାଇଁ ପଦାର୍ପଣ କରିଥିବା ଲାକ୍ରା ଖୁବ ଶୀଘ୍ର ଦଳର ସବୁଠୁ ନିର୍ଭରଯୋଗ୍ୟ ଡିଫେଣ୍ଡର ପାଲଟି ଯାଇଥିଲେ। ସେ ଭାରତକୁ ୨୦୧୨ ଲଣ୍ଡନ ଓ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଥିଲେ। ତାଙ୍କ ପ୍ରତିନିଧିତ୍ୱରେ ଭାରତ ଟୋକିଓ ଅଲିମ୍ପିକ୍ସରେ ଐତିହାସିକ ବ୍ରୋଞ୍ଜ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri