Posted inଖେଳ

ଲକ୍ଷ୍ୟ ସେନ୍‌ ଅଷ୍ଟ୍ରେଲିଆନ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନ

ସିଡ୍‌ନୀ,୨୩ା୧୧: ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ଅଷ୍ଟ୍ରେଲିଆନ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଟାଇଟଲ ବିଜୟୀ ହୋଇଛନ୍ତି। ରବିବାର ଫାଇନାଲରେ ସେ ଜାପାନର ୟୁଶି ଟନକାଙ୍କୁ ହରାଇ ଦେଇଛନ୍ତି। ୨୦୨୫ ସିଜନରେ ଏହା ହେଉଛି ତାଙ୍କର ପ୍ରଥମ ଟାଇଟଲ।

ପ୍ୟାରିସ ଅଲିମ୍ପିକ୍ସରେ ଚତୁର୍ଥ ସ୍ଥାନ ଅଧିକାର କରିବା ପରେ ଆଲମୋରାର ଏହି ୨୪ ବର୍ଷୀୟ ଖେଳାଳି ଖରାପ ସମୟ ଦେଇ ଗତି କରୁଥିଲେ। ରବିବାର ଫାଇନାଲରେ ସେ ୨୬ ବର୍ଷୀୟ ଟନକାଙ୍କୁ ୨୧-୧୫, ୨୧-୧୧ରେ ହରାଇ ଦେଇଛନ୍ତି। ଏହି ମ୍ୟାଚ ଜିତିବା ଲାଗି ଲକ୍ଷ୍ୟ ୩୮ମିନିଟ ସମୟ ନେଇଥିଲେ। ଏଥିସହ ସେ ପୁରସ୍କାର ବାବଦରେ ୪୭୫,୦୦୦ ଆମେରିକୀୟ ଡଲାର ପୁରସ୍କୃତ ହୋଇଛନ୍ତି।

ଲକ୍ଷ୍ୟ କହିଛନ୍ତି, ଚଳିତ ସିଜନରେ ସେ ଉତ୍‌ଥାନ ଓ ପତନ ଦେଇ ଗତି କରିଛନ୍ତି। ଭଲ ଫଳାଫଳ ସହ ସିଜନ ଶେଷ କରିଥିବାରୁ ସେ ଖୁବ୍‌ ଆନନ୍ଦିତ। ଲକ୍ଷ୍ୟ ହେଉଛନ୍ତି ୨୦୨୧ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ବିଜେତା। ଗତଥର ସେ ତାଙ୍କର ଏକ ସୁପର ୩୦୦ ଟାଇଟଲ ୨୦୨୪ରେ ଲକ୍ଷ୍ନୌଠାରେ ଅନୁଷ୍ଠିତ ସୟଦ ମୋଦି ଇଣ୍ଟରନ୍ୟାଶନାଲରେ ଜିତିଥିଲେ। ମାତ୍ର ସେହିବର୍ଷ କାନାଡା ଓପନ ଜିତିବା ପରେ ଗୋଟିଏ ହେଲେ ବଡ଼ ଟୁର୍ନାମେଣ୍ଟ ଜିତିପାରି ନ ଥିଲେ, ଯଦିଓ ସେପ୍ଟେମ୍ବରରେ ହଂକଂ ସୁପର ୫୦୦ରେ ସେ ରନରଅପ୍‌ ହୋଇଥିଲେ। ଏଠାରେ ସେ ଚଳିତବର୍ଷ ଓର୍ଲିନ୍ସ ମାଷ୍ଟର୍ସ ଓ ୟୁଏସ୍‌ ଓପନରେ ଦୁଇଟି ସୁପର ୩୦୦ ଟାଇଟଲ ବିଜେତା ବିଶ୍ୱର ୨୬ ନମ୍ବର ଟନକାଙ୍କୁ ପରାସ୍ତ କରି ଅଷ୍ଟ୍ରେଲିଆନ ଓପନ ଜିତିଛନ୍ତି। ସେ ଉଚ୍ଚକୋଟୀର ପ୍ରଦର୍ଶନ ସହ ଗୋଟିଏ ହେଲେ ଗେମ୍‌ ଡ୍ରପ୍‌ ନ କରି ମ୍ୟାଚକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରଖିବାରେ ସମର୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

ସ୍ମୃତିଶକ୍ତି ହ୍ରାସର ୬ ବର୍ଷ ପୂର୍ବରୁ ସୂଚନା ଦେବ ସାଧାରଣ ରକ୍ତ ପରୀକ୍ଷା

ୱାଶିଂଟନ,୨୧ା୯: ମାନସିକ ସ୍ମୃତିଶକ୍ତି ହ୍ରାସ ପାଇବା କିମ୍ବା ଆଲଜାଇମର୍ସ ରୋଗର ଲକ୍ଷଣ ପ୍ରକାଶ ପାଇବାର ବହୁ ବର୍ଷ କିମ୍ବା ଦଶନ୍ଧି ପୂର୍ବରୁ ମାନବ ଶରୀରରେ ଏହାର ଜୈବିକ…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?