ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା ପଡ଼ିଥିବା ଯୋଗୁ ଦାରିଙ୍ଗବାଡ଼ିକୁ ଆସୁଥିବା ପର୍ଯ୍ୟଟକ ହନ୍ତସନ୍ତ ହେଉଛନ୍ତି। ତେବେ ଏହାର ସମାଧାନ କରିବାକୁ ପୂର୍ତ୍ତ ବିଭାଗ ବ୍ଲକ ପ୍ରଶାସନର ସହାୟତାରେ ଦାରିଙ୍ଗବାଡ଼ିର କଶ୍ମୀରା ବ୍ଲକ ମହିଳା ଫେଡେରେଶନକୁ ଉକ୍ତ ସୁବିଧା କେନ୍ଦ୍ରଟିକୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। କିନ୍ତୁ ବିଭିନ୍ନ ସମସ୍ୟା ଆଳ ଦେଖାଇ ଉକ୍ତ କେନ୍ଦ୍ରଟି ଖୋଲାଯାଇପାରୁ ନ ଥିବା ବେଳେ ଏବେ ଉକ୍ତ କେନ୍ଦ୍ର ଖୋଲିବାକୁ ଫେଡେରେଶନ ଚାହୁଁଥିଲେ ମଧ୍ୟ କେନ୍ଦ୍ର ପରିସରକୁ ଲକ୍ଷ୍ମୀବସ୍‌ ଷ୍ଟାଣ୍ଡ୍‌ କରାଯାଇଥିବାରୁ ଫେଡେରେଶନ ପକ୍ଷରୁ ସୁବିଧା କେନ୍ଦ୍ରକୁ ସଫେଇ କରି ଖୋଲିବା ସମ୍ଭବ ହେଉନାହିଁ। ତେଣୁ ଉକ୍ତ ଲକ୍ଷ୍ମୀବସ୍‌ଗୁଡ଼ିକୁ ସେଠାରୁ ଅନ୍ୟତ୍ର ନେବାକୁ ଫେଡେରେଶନ ପକ୍ଷରୁ ସ୍ଥାନୀୟ ବିଡିଓ ଗଦାଧର ପାତ୍ରଙ୍କୁ ନିବେଦନ କରାଯାଇଛି। ଫେଡେରେଶନର ସଭାନେତ୍ରୀ ରଶ୍ମିଦେବୀ ନାୟକ ସମ୍ପାଦିକା ଶିଶୁମତି ପ୍ରଧାନ ପ୍ରମୁଖ ବିଡିଓଙ୍କୁ ଲିଖିତ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri