ଗଞ୍ଜାମରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ/ ସନ୍ତୋଷ ପାଢ଼ୀ): ପ୍ରତି ପଞ୍ଚାୟତରୁ ନିଜ ନିଜ ବ୍ଲକ ଆସିବାକୁ ଆଉ ଅସୁବିଧା ହେବନାହିଁ। ଗ୍ରାମାଞ୍ଚଳର ଲୋକମାନଙ୍କୁ ଉତ୍ତମ ପରିବହନ ସେବା ଯୋଗାଇ ଦେବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ ବୁଧବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହୋଇଛି। ଜଲାର ସଦରମହକୁମା ଛତ୍ରପୁରସ୍ଥିତ ଅନ୍‌ସ୍ଲୋ ମିନି ଷ୍ଟାଡିୟମଠାରେ ଉଦ୍‌ଘାଟନ ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମହିଳା ଓ ବିଦ୍ୟାର୍ଥୀ ପଥଚାରୀଙ୍କ ସର୍ବାଧିକ ଭଡ଼ା ୫ ଟଙ୍କା ରହିଛି। ରାଜ୍ୟରେ ସାର୍ବଜନୀନ ପରିବହନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଏହି ଯୋଜନାର ଲକ୍ଷ୍ୟ। ମୁଖ୍ୟମନ୍ତ୍ରୀଙ୍କ ଏହା ଏକ ଯୁଗାନ୍ତକାରୀ ଯୋଜନା, ଗଞ୍ଜାମ ଜିଲା ପାଇଁ ଆଜି ଏକ ଐତିହାସିକ ଦିନ। ଜିଲାରେ ଗମନାଗମନର ଅସୁବିଧାକୁ ହୃଦୟଙ୍ଗମ କରି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଦ୍ୱାରା ଜିଲାର ଲୋକେ ଉପକୃତ ହେବା ସହିତ ଜିଲା ବାହାରୁ ଆସୁଥିବା ପର୍ଯ୍ୟଟକ ପାଇଁ ବେଶ୍‌ ସହାୟକ ହେବ। ସେମାନେ କମ ଖର୍ଚ୍ଚରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ଯାତାୟାତ କରି ପାରିବେ। ଗାଁରୁ ସହରକୁ ଆସିବା ନିମନ୍ତେ ସବୁ ବର୍ଗର ଲୋକମାନେ ସୁବିଧାରେ ଗମନାଗମନ କରି ପାରିବେ। ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଆଜି ଲକ୍ଷ୍ମୀ ବସ୍‌ର ଲୋକାର୍ପଣ ହୋଇଥିବାରୁ ଜିଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଓ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

ଶିକ୍ଷା, ସ୍ବାସ୍ଥ୍ୟ,କୃଷି, ଶିଳ୍ପ, ପର୍ଯ୍ୟଟନ, ଆଧ୍ୟାତ୍ମିକ ଓ ସଂସ୍କୃତିକୁ ଶୀର୍ଷରେ ପହଞ୍ଚାଇଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମସ୍ତ ସଂଯୋଗ କରିବ ପରିବହନ। ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ଆଜିର ଉଦଘାଟନୀ ଉତ୍ସବରେ ଯୋଗ ଦେଇଥିବା ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ, ମିଶନ ଶକ୍ତି ମା’ ଏବଂ ସ୍ଥାନୀୟ ଜନସାଧାରଣ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା,ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଜିଲାପରିଷଦ ସଭାପତି ଅଞ୍ଜଳି ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଓଏସଆରଟିସିର ଅଧ୍ୟକ୍ଷ ତଥା ଏମ୍‌ଡି ଦୀପ୍ତେଶ ପଟ୍ଟନାୟକ, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା, ବ୍ରହ୍ମପୁର ଉପଜିଲାପାଳ ଧୀନା ଦସ୍ତାଗିରୀ, ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଦେବବ୍ରତ ସାହୁ ଓ ପ୍ରମୋଦ କୁମାର ପୃଷ୍ଟି, ଜିଏମ୍‌ ଡିଆସି ପ୍ରସନ୍ନ କୁମାର ପାତ୍ର, ଛତ୍ରପୁର ଉପଲାପାଳ ଦେବଦତ୍ତ ମହାନ୍ତ, ଜିଲାପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଛତ୍ରପୁର ତହସିଲଦାର ଦିବ୍ୟା ମହାନ୍ତି, ଗଞ୍ଜାମ ଆର୍‌ଟିଓ ମାନସ ରଞ୍ଜନ ସାହୁ, ଭଞ୍ଜନଗର ଆରଟିଓ ଶୁଭେନ୍ଦୁ ରାୟ, ଓଏସ୍‌ଆରଟିସି ଗଞ୍ଜାମ ଜିଲା ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମେ ଗଞ୍ଜାମ ଜିଲାରେ ୪୭ଟି ଲକ୍ଷ୍ମୀ ବସ୍‌ ଚାଲିବ ଜିଲାର ୧୨୪ଟି ରୁଟ୍‌ରେ ୧୨୪ଟି ବସ୍‌ର ଏହି ସେବା ଯୋଗାଇ ଦିଆଯିବ। ଏଥି ନିମନ୍ତେ ମୋଟ୍‌ ୧୩୦ ବସ୍‌ ଜିଲାକୁ ଆସିବ। ବିଭିନ୍ନ ପଞ୍ଚାୟତରେ ଏବେ ଲକ୍ଷ୍ମୀ ବସ୍‌ ଷ୍ଟପ୍‌ ସ୍ଥଳ କରାଯାଇଥିବା ବେଳେ କିଛି ସ୍ଥାନରେ ଏହାର ନିର୍ମାଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri