ଗଞ୍ଜାମରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ/ ସନ୍ତୋଷ ପାଢ଼ୀ): ପ୍ରତି ପଞ୍ଚାୟତରୁ ନିଜ ନିଜ ବ୍ଲକ ଆସିବାକୁ ଆଉ ଅସୁବିଧା ହେବନାହିଁ। ଗ୍ରାମାଞ୍ଚଳର ଲୋକମାନଙ୍କୁ ଉତ୍ତମ ପରିବହନ ସେବା ଯୋଗାଇ ଦେବା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ ବୁଧବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ହୋଇଛି। ଜଲାର ସଦରମହକୁମା ଛତ୍ରପୁରସ୍ଥିତ ଅନ୍‌ସ୍ଲୋ ମିନି ଷ୍ଟାଡିୟମଠାରେ ଉଦ୍‌ଘାଟନ ଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଛି। ଯେଉଁଥିରେ ମହିଳା ଓ ବିଦ୍ୟାର୍ଥୀ ପଥଚାରୀଙ୍କ ସର୍ବାଧିକ ଭଡ଼ା ୫ ଟଙ୍କା ରହିଛି। ରାଜ୍ୟରେ ସାର୍ବଜନୀନ ପରିବହନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ଏହି ଯୋଜନାର ଲକ୍ଷ୍ୟ। ମୁଖ୍ୟମନ୍ତ୍ରୀଙ୍କ ଏହା ଏକ ଯୁଗାନ୍ତକାରୀ ଯୋଜନା, ଗଞ୍ଜାମ ଜିଲା ପାଇଁ ଆଜି ଏକ ଐତିହାସିକ ଦିନ। ଜିଲାରେ ଗମନାଗମନର ଅସୁବିଧାକୁ ହୃଦୟଙ୍ଗମ କରି ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଦ୍ୱାରା ଜିଲାର ଲୋକେ ଉପକୃତ ହେବା ସହିତ ଜିଲା ବାହାରୁ ଆସୁଥିବା ପର୍ଯ୍ୟଟକ ପାଇଁ ବେଶ୍‌ ସହାୟକ ହେବ। ସେମାନେ କମ ଖର୍ଚ୍ଚରେ ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ଯାତାୟାତ କରି ପାରିବେ। ଗାଁରୁ ସହରକୁ ଆସିବା ନିମନ୍ତେ ସବୁ ବର୍ଗର ଲୋକମାନେ ସୁବିଧାରେ ଗମନାଗମନ କରି ପାରିବେ। ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଆଜି ଲକ୍ଷ୍ମୀ ବସ୍‌ର ଲୋକାର୍ପଣ ହୋଇଥିବାରୁ ଜିଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷଙ୍କୁ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ତଥା ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଓ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

ଶିକ୍ଷା, ସ୍ବାସ୍ଥ୍ୟ,କୃଷି, ଶିଳ୍ପ, ପର୍ଯ୍ୟଟନ, ଆଧ୍ୟାତ୍ମିକ ଓ ସଂସ୍କୃତିକୁ ଶୀର୍ଷରେ ପହଞ୍ଚାଇଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମସ୍ତ ସଂଯୋଗ କରିବ ପରିବହନ। ଏହା ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ଆଜିର ଉଦଘାଟନୀ ଉତ୍ସବରେ ଯୋଗ ଦେଇଥିବା ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀ, ମିଶନ ଶକ୍ତି ମା’ ଏବଂ ସ୍ଥାନୀୟ ଜନସାଧାରଣ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଆସିକା ଏମ୍‌ପି ପ୍ରମିଳା ବିଷୋୟୀ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା,ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଜିଲାପରିଷଦ ସଭାପତି ଅଞ୍ଜଳି ସ୍ବାଇଁ, ରାଜ୍ୟ ଯୋଜନା ବୋର୍ଡର ସଦସ୍ୟ ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଓଏସଆରଟିସିର ଅଧ୍ୟକ୍ଷ ତଥା ଏମ୍‌ଡି ଦୀପ୍ତେଶ ପଟ୍ଟନାୟକ, ଜିଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ମଧୁମିତା, ବ୍ରହ୍ମପୁର ଉପଜିଲାପାଳ ଧୀନା ଦସ୍ତାଗିରୀ, ଅତିରିକ୍ତ ଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଦେବବ୍ରତ ସାହୁ ଓ ପ୍ରମୋଦ କୁମାର ପୃଷ୍ଟି, ଜିଏମ୍‌ ଡିଆସି ପ୍ରସନ୍ନ କୁମାର ପାତ୍ର, ଛତ୍ରପୁର ଉପଲାପାଳ ଦେବଦତ୍ତ ମହାନ୍ତ, ଜିଲାପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ଛତ୍ରପୁର ତହସିଲଦାର ଦିବ୍ୟା ମହାନ୍ତି, ଗଞ୍ଜାମ ଆର୍‌ଟିଓ ମାନସ ରଞ୍ଜନ ସାହୁ, ଭଞ୍ଜନଗର ଆରଟିଓ ଶୁଭେନ୍ଦୁ ରାୟ, ଓଏସ୍‌ଆରଟିସି ଗଞ୍ଜାମ ଜିଲା ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଥମେ ଗଞ୍ଜାମ ଜିଲାରେ ୪୭ଟି ଲକ୍ଷ୍ମୀ ବସ୍‌ ଚାଲିବ ଜିଲାର ୧୨୪ଟି ରୁଟ୍‌ରେ ୧୨୪ଟି ବସ୍‌ର ଏହି ସେବା ଯୋଗାଇ ଦିଆଯିବ। ଏଥି ନିମନ୍ତେ ମୋଟ୍‌ ୧୩୦ ବସ୍‌ ଜିଲାକୁ ଆସିବ। ବିଭିନ୍ନ ପଞ୍ଚାୟତରେ ଏବେ ଲକ୍ଷ୍ମୀ ବସ୍‌ ଷ୍ଟପ୍‌ ସ୍ଥଳ କରାଯାଇଥିବା ବେଳେ କିଛି ସ୍ଥାନରେ ଏହାର ନିର୍ମାଣ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?