କୋରାପୁଟରେ ଗଡ଼ିଲା ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କୋରାପୁଟ,୧୪ା୧୨(ଅସମାପିକା ସାହୁ/ଅମିତାଭ ବେହେରା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କୋରାପୁଟ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍‌ ଚାଲିବ। ୫-ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍‌ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରୀଛାତ୍ର ଓ ଦିବ୍ୟାଙ୍ଗ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। କୋରାପୁଟରେ ୬୩ଟି ବସ୍‌ ଜିଲାର ୨୩୪ ପଞ୍ଚାୟତକୁ ଯୋଡ଼ିବ।

ଏହି ଅବସରରେ କୋରାପୁଟ ଜିଲାବାସୀଙ୍କୁ ଉଦ୍‌ବୋଧନ ଦେଇ ଆଜି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଲେ। ଏହି ୬ଟି ଜିଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା। ଏ ସବୁ ଜିଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା। ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍‌ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ, କୋଟପାଡ଼ ବିଧାୟିକା ପଦ୍ମିନୀ ଦିଆନ, ରାଜ୍ୟ ବିଭାଗୀୟ ପ୍ରମୁଖ ସଚିବ ଉଷା ପାଢ଼ୀ, ପରିବହନ ସିଏମ୍‌ ଦୀପ୍ତେଶ ପଟ୍ଟନାୟକ, ବିଭାଗୀୟ ସଚିବ ଅମିତାଭ ଠାକୁର, ସହକାରୀ ସଚିବ ଲକ୍ଷ୍ମୀକାନ୍ତ ସେଠୀ, ଜିଲାପାଳ ଅବଦୁଲ ଏମ୍‌ ଅଖତର, ଏସ୍‌ପି ଅଭିନ ସୋନକାରଙ୍କ ସମେତ ଜିଲାର ସମସ୍ତ ବିଧାୟକ ଓ ବିଜେଡି ଜିଲା ସଭାପତି ଝିନ୍‌ ହିକ୍କା,ଜିଲାପରିଷଦ ଅଧ୍ୟକ୍ଷା ସସ୍ମିତା ମେଳକା, ଏସ୍‌ସି ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି, ଜିଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷ ଗିରଫ: ନିଯୁକ୍ତି ଦୁର୍ନୀତି ମାମଲାରେ ବାନ୍ଧିଲା ED

କୋଲକାତା,୧୧।୫: ପଶ୍ଚିମବଙ୍ଗରେ ପୌରପାଳିକା ନିଯୁକ୍ତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଟିଏମସି ମନ୍ତ୍ରୀ ସୁଜିତ ବୋଷଙ୍କୁ ଗିରଫ କରିଛି। ଘଣ୍ଟା ଘଣ୍ଟା ଧରି କଠୋର…

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ଶୁଭେନ୍ଦୁ ସରକାରଙ୍କ ବଡ଼ ନିଷ୍ପତ୍ତି: ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା, ମାଗଣା ବସ୍‌ ଯାତ୍ରା

କୋଲକାତା,୧୧।୫: ରାଜ୍ୟ ସରକାରଙ୍କ ଜଣେ ଅଧିକାରୀ ସୋମବାର କହିଛନ୍ତି ଯେ, ବଙ୍ଗଳା ସରକାରଙ୍କ “ଅନ୍ନପୂର୍ଣ୍ଣା ଭଣ୍ଡାର” ଯୋଜନା ଅଧୀନରେ, ଜୁନ ୧ ତାରିଖରୁ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରେ…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri