ଆଜି ୬ ଜିଲାକୁ ‘ଲକ୍ଷ୍ମୀ’ ବସ୍‌ ସେବା ଆରମ୍ଭ, ଉପକୃତ ହେବେ ଖୋର୍ଦ୍ଧା-ପୁରୀ-କେନ୍ଦ୍ରାପଡ଼ା-ଭଦ୍ରକ-ଯାଜପୁର-ନୟାଗଡ଼ବାସୀ

ଭୁବନେଶ୍ୱର,୧୬।୨(ଅସମାପିକା ସାହୁ): ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ ବସ୍‌’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏସବୁ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଗାଁ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ଯାତ୍ରା କରିପାରିବେ। ଲକ୍ଷ୍ମୀ ବସ ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରିଥାନ୍ତି । ୫T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ ଯୋଜନା ପ୍ରସ୍ତୁତ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

ତେବେ ଏବେ ମୋଟ ୬ଟି ଜିଲାର ୧,୩୬୩ଟି ପଞ୍ଚାୟତରେ ୧୯୮ଟି ବସ ଚାଲିଛି। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ। ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ଯାଜପୁରଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ, କେନ୍ଦ୍ରାପଡାରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଖୋର୍ଦ୍ଧାରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବିଧାୟକ  ରାଜେନ୍ଦ୍ର କୁମାର ସାହୁ, ପୁରୀରୁ ବିଧାୟକ  ରୁଦ୍ର ପ୍ରତାପ ମହାରଥୀ, ପୂର୍ବତନ ବିଧାୟକ ସଞ୍ଜୟ କୁମାର ଦାସବର୍ମା, କେନ୍ଦ୍ରାପଡାରୁ ବିଧାୟକ ଧ୍ରୁବ ଚରଣ ସାହୁ, ଭଦ୍ରକରୁ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜକ ଡ. ସଞ୍ଜୟ ଦାସ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ନୟାଗଡରୁ ବିଧାୟକ ରମେଶ ଚନ୍ଦ୍ର ବେହେରା ଓ ବିଧାୟକ ଡ. ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?