ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଲକ୍ଷ୍ମୀ ବସ୍‌ ସୁଇପରଙ୍କ ଜୀବନ

ଲୋଇସିଂହା,୧୭ା୮(ସୁଶାନ୍ତ ବାରିକ): ବଲାଙ୍ଗୀର-ବରଗଡ଼ ୨୬ ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡଠାରେ ଶନିବାର ଏକ ୧୦୮ ଆମ୍ବୁଲାନ୍ସ ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ଜୀବନ ଚାଲିଯାଇଛି। ମୃତ ଯୁବକ ଜଣକ ହେଲେ ଲୋଇସିଂହା ମିର୍ଦ୍ଧାପଡ଼ାର ସୁମନ୍ତ ପଧାନ(୨୫)। ଦୁର୍ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର, ସମ୍ପର୍କୀୟ ଏବଂ ସ୍ଥାନୀୟ ଲୋକେ ଫାସଡ ଛକରେ ମୃତଦେହ ରଖି ରାଜପଥ ଅବରୋଧ କରିଛନ୍ତି। ସୁମନ୍ତଙ୍କ ପରିବାରକୁ କ୍ଷତିପୂରଣ ଓ ତାଙ୍କ ଶିକ୍ଷିତ ଭଉଣୀଙ୍କୁ ସରକାରୀ ଚାକିରି ଦାବିରେ ଆନ୍ଦୋଳନକାରୀ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛନ୍ତି। ଘଟଣାସ୍ଥଳକୁ ଜିଲା ପ୍ରଶାସନ ନ ପହଞ୍ଚିବା ଯାଏ ବିକ୍ଷୋଭ ଚାଲିବ ବୋଲି ଲୋକେ କହିଛନ୍ତି।
ପ୍ରକାଶ ଯେ, ସୁମନ୍ତ ବଲାଙ୍ଗୀର ଓଏସ୍‌ଆରଟିସି ଲକ୍ଷ୍ମୀ ବସ୍‌ର ସୁଇପର ଭାବେ କାମ କରନ୍ତି। ଡ୍ୟୁଟି ସାରି ଶନିବାର ସକାଳେ ବାଇକ୍‌ (ଓଡି ୦୩ ଏଫ୍‌ ୫୬୭୩)ରେ ବଲାଙ୍ଗୀରରୁ ଘରକୁ ଫେରୁଥିଲେ। ସୁମନ୍ତ ଫାସଡ ଯାଏ ହୋଇଥିବା ବେଳେ ବିପରୀତ ଦିଗରୁ ଆସୁଥିବା ୧୦୮ ଆମ୍ବୁଲାନ୍ସ (ଓଡ଼ି୦୨ ବିଏଚ ୪୩୧୪) ତାଙ୍କୁ ସାମ୍ନା ପଟରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସୁମନ୍ତଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଆମ୍ବୁଲାନ୍ସକୁ ଅଟକାଇ ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଖବର ପାଇ ଲୋଇସିଂହା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କ କବଳରୁ ଉଦ୍ଧାର କରି ଥାନାକୁ ନେଇ ଯାଇଥିଲା। ୨୬ ନଂ ଜାତୀୟ ରାଜପଥରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏବଂ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ରାଜପଥ ଅବରୋଧ କରିଛନ୍ତି। ଫଳରେ ରାଜପଥ ଉଭୟ ପାର୍ଶ୍ୱରେ ଯାନବାହନ ଅଟକି ରହିଛି। ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri