ଗଜପତିରେ ‘ଲକ୍ଷ୍ମୀ’: ଚାଲିଲା ୩୬ ବସ୍‌

ଭୁବନେଶ୍ୱର, ୨୧ା୧୦ (ଅନିଲ ଦାସ)/ ପାରଳାଖେମୁଣ୍ଡି (ଗିରିଧାରୀ ପରିଚ୍ଛା): ମାଲକାନଗିରି ଜିଲା ପରେ ଗଜପତି ଜିଲାରେ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍‌ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧ ହଜାରରୁ ଅଧିକ ବସ୍‌ ଚାଲିବ। ଏଥିରେ ମିଶନ ଶକ୍ତି ସଦସ୍ୟଙ୍କୁ ବସ୍‌ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରୀଛାତ୍ର ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲା ଗସ୍ତବେଳେ ଲୋକଙ୍କ ଯିବା ଆସିବାର ଅସୁବିଧା ବିଷୟରେ ଜଣାପଡ଼ିଥିଲା। ଏହାପରେ ଆମର ଏହି ଲକ୍ଷ୍ମୀ ଯୋଜନା ଆରମ୍ଭ କରାଯାଇଛି। ଆମର ଗମନାଗମନ ଓ ପରିବହନ ବ୍ୟବସ୍ଥାରେ ଏହି ଯୋଜନା ରୂପାନ୍ତର ଆଣିବ। ଗାଁକୁ ଗାଁ ସହିତ ଯୋଡ଼ିବ। ଲୋକଙ୍କ ସାମାଜିକ ସମ୍ପର୍କ ମଜଭୁତ ହେବ। ଏହାଦ୍ୱାରା ଆମର ଅର୍ଥନୀତି ମଧ୍ୟ ଆହୁରି ଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏହି ଯୋଜନାରେ ମାଲକାନଗିରି ଓ ଗଜପତି ସହିତ ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲାରେ ବସ୍‌ ଚାଲିବ। ଗଜପତିରେ ୩୬ଟି ବସ୍‌ ଚଳାଚଳ ଆରମ୍ଭ କରାଯାଇଛି। ଗଜପତି ଜିଲାର ୭ ବ୍ଲକର ୧୨୬ ପଞ୍ଚାୟତକୁ ବସ୍‌ ସୁବିଧା ହୋଇଛି। ଏହି ଯୋଜନା ପାଇଁ ଗଜପତିରେ ୬୯ଟି ନୂଆ ବସ୍‌ ଷ୍ଟପେଜ୍‌ ତିଆରି କରାଯାଇଛି। ପୂର୍ବରୁ ଥିବା ୬୪ଟି ବସ୍‌ ଷ୍ଟପେଜର ଉନ୍ନତୀକରଣ କରାଯାଇଛି। ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଏସବୁ ପଞ୍ଚାୟତରେ ବିକାଶର ନୂଆ ଧାରା ଆରମ୍ଭ ହେଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯୋଗାଯୋଗ ହେଉଛି ବିକାଶର ଆଧାର। ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହିତ ଯୋଡ଼ିବ। ଘର ପାଖକୁ ଆସିବ ବସ୍‌। ପିଲାଙ୍କୁ ସ୍କୁଲ, କଲେଜ ସହିତ ଯୋଡ଼ିବ। ଚାଷୀଙ୍କୁ ମାର୍କେଟ ସହିତ ଯୋଡ଼ିବ। ରୋଗୀଙ୍କୁ ହସ୍ପିଟାଲ ଯିବା ପାଇଁ ସୁବିଧା ହେବ। ଲକ୍ଷ୍ମୀ ଯୋଜନା ଘରେ ଘରେ ଖୁସି ଆଣିବ। ଏବେ ଆମ ରାଜ୍ୟରେ ଗାଁର ବିକାଶ ପାଇଁ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଚାଲିଛି। ଖୁବ୍‌ଶୀଘ୍ର ଗଜପତି ଜିଲାରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିରେ ଗାଁରେ ମିଳିବ ସହରର ସୁବିଧା। ବ୍ୟାଙ୍କିଂ, ଇଣ୍ଟରନେଟ, ଡିଜିଟାଲ ଭିତ୍ତିଭୂମି ସବୁର ବିକାଶ ହେବା ସହିତ ସଂସ୍କୃତିର ମଧ୍ୟ ପ୍ରସାର ହେବ। ସମସ୍ତଙ୍କ ସହଯୋଗରେ ଏହି କାମ ସବୁ ଠିକ୍‌ ସମୟରେ ଶେଷ ହେବ ଏବଂ ଗଜପତିର ବିକାଶ ଆହୁରି ଉଜ୍ଜ୍ୱଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
କାର୍ଯ୍ୟକ୍ରମରେ ଯୋଗଦେଇ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି, ଓଡ଼ିଶାର ସାଢ଼େ ୪ କୋଟି ଲୋକ ମୁଖ୍ୟମନ୍ତ୍ରୀଙ୍କ ପରିବାର। ସେମାନେ ଯେପରି ଭଲରେ ରହିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଚିନ୍ତାକରି ଆସୁଛନ୍ତି। ଓଡ଼ିଶାବାସୀଙ୍କ ଉନ୍ନତି ପାଇଁ ନୂଆ ନୂଆ ଯୋଜନା କରୁଛନ୍ତି। ଲକ୍ଷ୍ମୀ ବସ୍‌ ଯୋଜନା ଗାଁର ଯୋଗାଯୋଗ ବ୍ୟବସ୍ଥାରେ ରୂପାନ୍ତର ଆଣିବ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ କେ. ନାରାୟଣ ରାଓ, ଜିଲା ପରିଷଦ ସଭାପତି ଜି. ତିରୁପତି ରାଓ ଓ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷା ମାରିୟାମ ରାୟତ ପ୍ରମୁଖ ମତବ୍ୟକ୍ତ କରି ରାଜ୍ୟ ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?