ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣା: କୋଠା ମାଲିକଙ୍କୁ ନୋଟିସ୍‌ ଜାରି

ପୁରୀ ଅଫିସ ୧୭ା୩: ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣାକୁ ପ୍ରଶାସନ ଗୁରୁତ୍ୱର ସହ ନେଇଛି। ବେଆଇନ ଭାବେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିରେ କମ୍ପ୍ଲେକ୍ସ ତିଆରି ହେବା ଜଣାପଡ଼ିବା ପରେ ମାଲିକଙ୍କୁ ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଛି। ଅପରପକ୍ଷରେ ଏହି ଅଗ୍ନିକାଣ୍ଡ ଘଟଣାକୁ ୮ଦିନ ବିତିଯାଇଥିଲେ ହେଁ ଏପର୍ଯ୍ୟନ୍ତ ମାଲିକଙ୍କ ଦେଖାନାହିଁ। ନୋଟିସ ସମ୍ପର୍କରେ ପୁରୀ ତହସିଲଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି, ବେଆଇନ ଭାବେ ଜମି ହାତେଇବା ଘଟଣାରେ କମ୍ପ୍ଲେକ୍ସ ମାଲିକଙ୍କ ବିରୋଧରେ ନୋଟିସ୍‌ ଜାରି କରାଯାଇଛି। ୧୫ ତାରିଖରେ ତାଙ୍କ ବିରୋଧରେ ଏନକ୍ରୋଚ୍‌ମେଣ୍ଟ କେସ ରୁଜୁ କରାଯାଇଛି। ସେହିପରି ବିଲ୍‌ଡିଂର ମାଲିକ ଅଚ୍ୟୁତାନନ୍ଦ ମହାନ୍ତିଙ୍କ ତିନିପୁଅଙ୍କୁ ନୋଟିସ୍‌ ଜାରି କରାଯାଇଛି। ତାଙ୍କୁ ୭ଦିନ ସମୟ ଦିଆଯାଇଛି। ଆସନ୍ତା ୨୩ ତାରିଖରେ ସେ ହାଜର ହୋଇ ତାଙ୍କ ପକ୍ଷ ରଖିବେ। ଯଦି ତାଙ୍କ ନିକଟରେ କିଛି କାଗଜପତ୍ର ଥାଏ କିମ୍ବା କିଛି ପ୍ରମାଣପତ୍ର ଥାଏ ତାହାକୁ ସେ ଦାଖଲ କରିବେ। ଯଦି ସେ ହାଜର ନ ହୁଅନ୍ତି ତେବେ ତାଙ୍କୁ ଆଉ ଗୋଟେ ସର୍ଟ ନୋଟିସ ଜାରି କରାଯିବ। ସେହିପରି ଜିଲାପାଳ ସମର୍ଥ ବର୍ମା କହିଛନ୍ତି, ଅଗ୍ନିକାଣ୍ଡ ଅଚାନକ ଭାବେ ଘଟିଥିଲା। ଅଗ୍ନିଶମ କର୍ମଚାରୀ ଓ ଅନ୍ୟମାନେ ମିଶି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ। ତେବେ ଅଗ୍ନିକାଣ୍ଡ ଘଟଣାରେ ଯେଉଁମାନଙ୍କ ଅବହେଳା ରହିଛି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି ଆସିଛି। ଆଇନ ଅନୁଯାୟୀ କାର୍ଯ୍ୟ କରାଯିବ। ତଦନ୍ତ ସମୟରେ ଯେଉଁମାନଙ୍କର ଦୋଷ ଜଣାପଡ଼ିବ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୂଚନାଯୋଗ୍ୟ, ଗତ ୮ତାରିଖ ରାତିରେ ଶର୍ଟସର୍କିଟ୍‌ ଯୋଗୁ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ନିଆଁ ଲାଗିଥିଲା। ପରେ ନିଆଁ ବ୍ୟାପିଥିଲା। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ କର୍ମଚାରୀଙ୍କୁ ୩୬ ଘଣ୍ଟା ଲାଗିଥିଲା। ପରେ କମ୍ପ୍ଲେକ୍ସ ପଛପଟେ ଏକ ମନ୍ଦିର ଥିବା ଜଣାପଡିଥିଲା। ତଦନ୍ତରୁ ଜଣାପଡିଥିଲା ଯେ, କମ୍ପ୍ଲେକ୍ସ ହୋଇଥିବା ୨୫ ଡିସିମିଲି ଯାଗାରୁ ଶ୍ରୀମନ୍ଦିର ପ୍ରଶାସନ ନାମରେ ୨୨ ଡିସିମିଲି ଓ କମ୍ପ୍ଲେକ୍ସ ମାଲିକଙ୍କ ନାମରେ ମାତ୍ର ୩ ଡିସିମିଲି ଜମି ରହିଛି। ପରେ ଉକ୍ତ ଜମିକୁ ମହାପ୍ରଭୁଙ୍କ ନାମରେ ଫେରାଇ ଆଣିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତହସିଲଦାରଙ୍କୁ ଚିଠି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ବଦଳିର ବାର୍ତ୍ତା

ଅତିରିକ୍ତ ସଚିବ ସ୍ତରରେ ୧୦ ଜଣ ଅଧିକାରୀଙ୍କ ଅଦଳବଦଳ ଏକ ସାଧାରଣ ପ୍ରଶାସନିକ କାର୍ଯ୍ୟ ହୋଇପାରେ। କିନ୍ତୁ ନିକଟରୁ ଦେଖିଲେ ଏହା କେନ୍ଦ୍ର ସରକାର କେଉଁ କ୍ଷେତ୍ରରେ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?