ଜଳୁଛି ଲକ୍ଷ୍ମୀ ମାର୍କେଟ୍‌ କମ୍ପ୍ଲେକ୍ସ: ନିଆଁ ଲିଭାଇବାକୁ ନାକେଦମ୍‌ ହେଲେଣି ୧୨ ଅଗ୍ନିଶମ ଟିମ୍‌

ପୁରୀ ଅଫିସ,୯ା୩: ଶ୍ରୀମନ୍ଦିରଠାରୁ ପ୍ରାୟ ପାଞ୍ଚଶହ ମିଟର ଦୂର ମରିଚିକୋଟ ଛକ ନିକଟସ୍ଥ ବଡ଼ଦାଣ୍ଡରେ ଥିବା ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ବୁଧବାର ରାତିରୁ ଏହି ନିଆଁ ଲାଗିଥିବା ବେଳେ ଗୁରୁବାର ଅପରାହ୍ନ ସୁଦ୍ଧା ଲିଭିନାହିଁ। ଏକ ଲୁଗା ଦୋନାନରେ ଶଟ୍‌ସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି। ତିନି ମହଲା ବିଶିଷ୍ଟ ଏହି କମ୍ପ୍ଲେକ୍ସରେ ଗୋଟିଏ ବ୍ୟାଙ୍କ, ଜୁଏଲରୀ, ଲୁଗାଦୋକାନ ସହ ଅନେକ ବ୍ୟବସାୟ ପ୍ରତିଷ୍ଠାନ ରହିଛି। ହୋଟେଲ ସମ୍ରାଟରେ ମହାରାଷ୍ଟ୍ର ଓ ଓଡ଼ିଶାର ପ୍ରାୟ ତିନିଶହ ଭକ୍ତ ରହିଥିଲେ। ନିଆଁ ଲାଗି ପ୍ରବଳ ଧୂଆଁ ବାହାରିବାରୁ ଅଣନିଃଶ୍ୱାସୀ ହୋଇପଡ଼ିଥିଲେ। ନିଆଁ ଲାଗିବା ଜାଣି ସମସ୍ତେ ବାହାରି ଆସିଥିଲେ। ଫଳରେ ଅଳ୍ପକେ ରକ୍ଷା ପାଇଯାଇଥିବା କହିଛନ୍ତି। ତେବେ ଅଗ୍ନିକାଣ୍ଡରେ କେହି ମୃତ୍ୟୁବରଣ କରି ନ ଥିଲେ ମଧ୍ୟ ଜଣେ ଭିନ୍ନକ୍ଷମଙ୍କ ସମେତ ତିନି ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ସଦର ହସପିଟାଲରେ ଭର୍ତ୍ତି କରାଯାଇଛି। ସୁନାଦୋକାନୀ ଗହଣା ଓ ତାର ସମସ୍ତ ଆସବାବପତ୍ର ଖାଲି କରିଦେଇଛନ୍ତି। ତେବେ ଗହଣାଗାଣ୍ଠି ଉଦ୍ୟମ ଓ ଉଦ୍ଧାର କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ ୪ଜଣଙ୍କୁ ଉଠାଇ ନେଇଛି ପୋଲିସ। ସେପଟେ ଗତକାଲିଠାରୁ ପୁରୀ ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରାୟ ୧୨ଟି ଦମକଳ ବାହିନୀ ଅପରେଶନ ଜାରି ରଖିଛନ୍ତି। ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଅଗ୍ନିଶମ ବିଭାଗର ୫ରୁ ଊଦ୍ଧର୍‌ବ କର୍ମଚାରୀ ଅଣନିଃଶ୍ୱାସୀ ହେବା ସହ ଆହତ ହୋଇଛନ୍ତି। ପର୍ଯ୍ୟାପ୍ତ ଅକ୍ସିଜେନ ସିଲିଣ୍ଡର କିଟ୍‌ ଯୋଗାଇ ଦିଆଯାଇଛି। ଯାହା ଦ୍ୱାରା ନିଆଁ ଲାଗିଥିବା ସ୍ଥଳରେ ପହଞ୍ଚିବା ସମ୍ଭବ ହୋଇପାରିଛି।

ଘଟଣାସ୍ଥଳରେ ଡେପୁଟି ଅଗ୍ନିଶମ ବିଭାଗ ଅଫିସର , ଉପଜିଲାପାଳ ଭବତାରଣ ସାହୁ, ଅତିରିକ୍ତ ଏସପି ମିହିର ପଣ୍ଡା, ସିଟିଡିଏସପି, ଟାଉନଥାନା ଆଇଆଇସି ଗୋକୁଳାନନ୍ଦ ଦାସ, କୁମ୍ଭାରପଡ଼ା ଥାନାଧିକାରୀ, ସିଂହଦ୍ୱାର ଥାନାଧିକାରୀ ପ୍ରମୁଖ ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରୁଛନ୍ତି। ହେଲେ ଦୀର୍ଘ ୧୮ ଘଣ୍ଟା ପରେ ବି ନିଆଁ ଅଣାୟତ୍ତ ରହିଛି । ପରିସ୍ଥିତି ଅସମ୍ଭାଳ ହେବାରୁ ଓଡ୍ରାଫ ଟିମ୍‌ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି। ଯଦିଓ କୌଣସି ଜୀବନ ହାନି ହୋଇନାହିଁ। ଟିମକୁ ଯିବାପାଇଁ ନାକେଦମ ହେବାକୁ ପଡୁଛି ।ଭିତର ବନ୍ଦ ରହିଥିବା କୋଠରୀର ସାମଗ୍ରୀରେ ନିଆଁ ଏଯାବତ କୁହୁଳୁଥିବାର ଜଣାପଡୁଛି । ଉତ୍ତାପ ମାତ୍ରା ଏତେ ତେଜ ରହିଛି ଯେ, ଦୋକାନର ସଟର ତରଳିବାରେ ଲାଗୁଛି । କିଛି କାଚ ମଧ୍ୟ ନିଆଁ ପ୍ରଭାବରୁ ଫାଟୁଥିବା ଜଣାପଡୁଛି । ତେଣୁ ଭିତରେ ବନ୍ଦ ରହିଥିବା ଦୋକାନଗୁଡିକର ସଟର କାଟି ନିଆଁ ଲିଭାଇବା ପାଇଁ ଆପ୍ରାଣ ଚେଷ୍ଟା କରାଯାଉଛି ।

ସେପଟେ ଅଗ୍ନିଶମ ବିଭାଗର ଡେପୁଟି ଫାୟାର ଅଫିସର ଏବଂ ପୂରା ଫାୟାର ଟିମ୍‌ ନିଜର ଦମ ଲଗାଇଛନ୍ତି । ଓଡ୍ରାଫ ଟିମ୍‌ ମଧ୍ୟ ନିଜର ପ୍ରଚେଷ୍ଟା ଜାରି ରଖିଛି। ସେପଟେ ଅନେକ ପର୍ଯ୍ୟଟକଙ୍କ ଆସବାବପତ୍ର ଏବେ ଭିତରେ ରହିଛି। ଅନ୍ୟପଟରେ ଭିତରେ ଗୋଟିଏ ବ୍ୟାଙ୍କର ଶାଖା ରହିଥିବାରୁ ଏବେ ସେଠି କୌଣସି କ୍ଷତି ହୋଇଛି କି ନାହିଁ ସେନେଇ ମଧ୍ୟ ଆଶଙ୍କା ରହିଛି । ସେପଟେ ଏହି କମ୍ପ୍ଲେକ୍ସଟି ବହୁ ପୁରୁଣା ହୋଇଥିବା ବେଳେ ସମ୍ପୂର୍ଣ୍ଣ ଅସୁରକ୍ଷିତ। ସ୍ବତନ୍ତ୍ର ପାର୍କିଂ ନ ଥିବା ବେଳେ ଉଠାଦୋକାନୀମାନଙ୍କ ଭିଡ ଯୋଗୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ପ୍ରଥମେ କମ୍ପ୍ଲେକ୍ସ ସାମ୍ନାରୁ ହଟାଇବା ପରେ ଦମକଳ ବାହିନୀକୁ ଉଦ୍ଧାର କାର୍ଯ୍ୟ କରିବା ପାଇଁ ସହଜ ହୋଇଥିଲା।

ତେବେ ଯେହେତୁ ସିମେଣ୍ଟ ଚଟାଣ ଓ କାନ୍ଥରେ ନିଆଁ ଲାଗିଛି ଏହା ଧିରେ ଧିରେ ବ୍ୟାପିବାରେ ଲାଗିଛି। ଏହି ନିଆଁକୁ ଲିଭାଇବା ପାଇଁ ଦମକଳ ବାହିନୀକୁ ନାକେଦମ ହେବାକୁ ପଡୁଛି। ତେବେ ବଡ଼ଦାଣ୍ଡରେ ଏଭଳି ଘଟଣା ସମସ୍ତଙ୍କୁ ଆତଙ୍କିତ କରିଛି। ବଡ଼ଦାଣ୍ଡର ଦୁଇପାର୍ଶ୍ୱରେ ବହୁ ବର୍ଷର ପୁରୁଣା କୋଠା ରହିଛି। ଏଥିରେ ଇଲେକ୍ଟ୍ରି ଓ ଫାୟାର ସେଫ୍ଟି ବ୍ୟବସ୍ଥା ପୂରା ଦୁର୍ବଳ। ରଥଯାତ୍ରା ଓ ବିଭିନ୍ନ ପର୍ବପର୍ବାଣି ସମୟରେ ହଜାର ହଜାର ଭକ୍ତଙ୍କ ଗହଳି ହୋଇଥାଏ। ହେଲେ ଏଥିପ୍ରତି ଜିଲା ପ୍ରଶାସନ ଯେତିକି ଗୁରୁତ୍ୱ ଦେବା କଥା ଦେଉନାହିଁ ବୋଲି ଅଭିଯୋଗ ହେଉଛି। ଏବେଠୁ ସତର୍କ ହୋଇଯିବା ଜରୁରୀ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି। ନିଆଁ ଲିଭାଇବାରେ ପ୍ରାୟ ୧୫୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ନିଯୋଜିତ ରହିଛନ୍ତି। ସେହିପରି ୨ଟି ଓଡ୍ରାଫ୍‌ ଟିମ୍‌ ନିଯୋଜିତ ରହିଛି। ତେବେ ନିଆଁକୁ ଯଥାଶୀଘ୍ର ଆୟତ୍ତ କରାଯିବା ପାଇଁ ଅଗ୍ନିଶମ ଡିଜି ସୂଚନା ଦେଇଛନ୍ତି। ଅପରପକ୍ଷରେ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ କେନ୍ଦ୍ରାଅଞ୍ଚଳ ଆରଡିସି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?