ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୪।୧୧(ଡି.ଏନ୍‌.ଏ.): ଶୁକ୍ରବାର କାର୍ତ୍ତିକ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥୀ ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀ ନାରାୟଣ ବେଶ ସହିତ ଶ୍ରୀରାଧାଙ୍କ ସୁନା ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଲାଗଛି। ମନ୍ଦିର ବେଢାରେ ଠାକୁରଙ୍କୁ ଭୋଗ କରାଯାଇଥିବା ଚୁଡାଘସାର ମହକ ଏବଂ ଶତାଧିକ ସଂକୀର୍ତ୍ତନ ମଣ୍ଡଳୀଙ୍କ ହରିନାମ ସେଠାରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଛି।
ଗୁରୁବାର ରାତି ୨ଟାରୁ ମନ୍ଦିର ଦ୍ୱାର ଫିଠା, ମଙ୍ଗଳ ଆଳତି, ବେଶ ମଇଲମ, ମର୍ଦ୍ଦନ, ଅବକାଶ, ଲକ୍ଷ୍ମୀ ନାରାୟଣ ବେଶ, ସୂର୍ଯ୍ୟ ପୂଜା, ଦ୍ୱାରପାଳ ପୂଜା, ବଲ୍ଲଭ, ସକାଳ ଧୂପ, ବାଳଧୁପ ଓ ଆଳତି ଦେବନୀତି ପରେ ସକାଳ ୬ଟାରୁ ସାହଣ ମେଳା ଦର୍ଶନ ଆରମ୍ଭ ହୋଇଥିଲା। ଏପରିକି ନୂଆ ଚୁଡାରେ ତିଆରି ଚୁଡାଘସା, ଖିର କଦଳୀ ଚକଟା ପ୍ରସ୍ତୁତ କରି ଶ୍ରଦ୍ଧାଳୁ ଠାକୁରଙ୍କୁ ଭୋଗ ଲାଗି କରିଥିଲେ। ଆଇଆଇସି ବିଜୟ କେତନ ବେହେରା, ତହସିଲଦାର ଜୟନ୍ତ ଜୟସିଂ, ବିଡ଼ିଓ ଲୋଚନ ଦାସ, ମନ୍ଦିର କାର୍ଯ୍ୟନିର୍ବାହୀ ବସନ୍ତ ପ୍ରଧାନ, ସେବାୟତ ସଂଘ ସଭାପତି ଶ୍ରୀବତ୍ସ ମହାପାତ୍ର, ସମ୍ପାଦକ ବିଜୟ ନନ୍ଦ ଓ କର୍ମକର୍ତ୍ତା କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ଶ୍ରଦ୍ଧାଳୁ ଠାକୁରଙ୍କୁ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ମନ୍ଦିରରେ ଭିଡ ଲଗାଇଥିଲେ। ଅଁଳାନବମୀରେ ଭିଡ ନିୟନ୍ତ୍ରଣ କରିବା ନିମନ୍ତେ ମନ୍ଦିର ସମ୍ମୁଖରେ କରାଯାଇଥିବା ଛାୟାପ୍ରଦ ବାରିକେଟ ହଟାଇ ଦିଆଯାଇଥିବାରୁ ମଧ୍ୟାହ୍ନ ଖରାରେ ଶ୍ରଦ୍ଧାଳୁମାନେ ଲମ୍ବା ଧାଡିରେ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା। ହେଲେ ଉପସ୍ଥିତ ଅଗ୍ନିଶମ ଅଧିକାରୀ ମନୋଜ କୁମାର ପାତ୍ରଙ୍କ ସହଯୋଗରେ ମନ୍ଦିର ସମ୍ମୁଖରେ ପାଣି ପକାଇବାରୁ ରାସ୍ତା ତାତିରୁ ସାମନ୍ୟ ରକ୍ଷା ମିଳିଥିଲା। ମନ୍ଦିରକୁ ରଙ୍ଗବେରଙ୍ଗ ଆଲୋକ ଓ ଫୁଲମାଳରେ ସଜ୍ଜା ଯାଇଥିବା ବେଳେ ଶ୍ରୀରାଧା ଉତ୍ସବ ପଞ୍ଚସଖା ମୁକ୍ତାକାଶ ରଙ୍ଗମଞ୍ଚରେ ଆରମ୍ଭ ହୋଇଛି। ଏପରିକି ପଲ୍ଲିଶ୍ରୀ ମେଳା ବୁଲି ଲୋକେ ମଜ୍ଜା ନେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri