ଢେଙ୍କାନାଳ ଅଫିସ, ୭।୯: ଢେଙ୍କାନାଳ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ଉପଲକ୍ଷେ ବୁଧବାର ସୁନିଆ ପର୍ବରେ ପୂଜା ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ମା’ ଲକ୍ଷ୍ମୀଙ୍କର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ ପାଇଁ ବ୍ରାହ୍ମଣୀ ନଦୀରୁ ପୂଜାର୍ଚ୍ଚନା କରି ମାଟି ଅନୁକୂଳ କରାଯାଇଛି । ପରେ ଅନୁକୂଳ ମାଟିକୁ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ବିରାଟ ଶୋଭାଯାତ୍ରାରେ ପୂଜାମଣ୍ଡପକୁ ନେଇଥିଲେ। ଢେଙ୍କାନାଳ ସହର ୩୮ଟି ଲକ୍ଷ୍ମୀ ପୂଜା ପ୍ରତିଷ୍ଠାନ ମଧ୍ୟରୁ ୩୬ ପ୍ରତିଷ୍ଠାନ ମାଟି ଆଣିଥିଲେ। ଆଉ ୨ଟି ପୂଜା ପ୍ରତିଷ୍ଠାନ ରାଧା ଅଷ୍ଟମୀରେ ମାଟି ଅନୁକୂଳ କରିସାରିଛନ୍ତି । ଚଳିତ ବର୍ଷ ଲକ୍ଷ୍ମୀବଜାର ପୂଜା ପ୍ରତିଷ୍ଠାନ ନିଜର ୭୫ ବର୍ଷ ପୂର୍ତ୍ତି ପାଳନ କରୁଥିବାରୁ ସକାଳେ ବ୍ରାହ୍ମଣୀ ନଦୀରୁ ପୂଜାର୍ଚ୍ଚନା କରି ମାଟି ଅନୁକୂଳ କରି ଶୋଭାଯାତ୍ରାରେ ସହରସ୍ଥିତ ଶ୍ରୀବଳରାମ ମନ୍ଦିରଠାରେ ପହଞ୍ଚିଥିଲେ । ସେଠାରୁ ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତାମାନେ ଘୋଡ଼ାନାଚ, ଦଣ୍ଡ ନୃତ୍ୟ, ଲଉଡି ଖେଳ, ପାଇକ ନୃତ୍ୟ, ମହିଳା ସଂକୀର୍ତ୍ତନ, ଘଣ୍ଟା, ଶଙ୍ଖ ନାଦରେ ଅନୁକୂଳ ମାଟିକୁ ଏକ ବିଶାଳ ଶୋଭାଯାତ୍ରାରେ ନେଇ ସହର ପରିକ୍ରମା କରି ବାଜିଚୌକ ଦେଇ ଲକ୍ଷ୍ମୀବଜାର ପୂଜା ମଣ୍ଡପକୁ ଫେରିଥିଲେ । ଏହି ଶୋଭାଯାତ୍ରା ଦେଖିବାକୁ ବହୁ ଜନସମାଗମ ହୋଇଥିଲା
Posted inHome Left, ଆମ ଜିଲା ଖବର, ଢେଙ୍କାନାଳ View All
ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…
ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…
ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍
ନୂଆଦିଲ୍ଲୀ,୩।୧୦: କ୍ରିକେଟ୍ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…
ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ
ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…
ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ
ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…
ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା
ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…
ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ
ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…
ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍ଙ୍କ ଇସ୍ତଫା
ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…
ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ
ପ୍ୟାରିସ୍, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

