ଫେବୃଆରୀ ସୁଦ୍ଧା ସବୁ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ’

ଭୁବନେଶ୍ୱର,୧।୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ୩ ଜିଲାର ୪୪୦ ପଞ୍ଚାୟତରେ ୧୦୧ ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଦେବଗଡ଼ର ୬୯ ପଞ୍ଚାୟତରେ ୧୭ ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ସେହିପରି ଢେଙ୍କାନାଳର ୧୯୫ ପଞ୍ଚାୟତରେ ୫୫ ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗଁାର ଅର୍ଥନୀତିକୁ ମଜଭୁତ କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।
ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଓ ଗଁାର ଅର୍ଥନୀତିକୁ ମଜଭୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲା ଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌କୁ ବ୍ୟବହାର କରିପାରିବେ।
ଲକ୍ଷ୍ମୀ ବସ୍‌ ସେବା ଲୋକ ସହିତ ଚାଷୀଙ୍କୁ ମାର୍କେଟ ସହିତ ଯୋଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେବଗଡ଼ଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ଢେଙ୍କାନାଳରେ ଉପସ୍ଥିତ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗଁାର ଲୋକମାନେ ସହରର ସୁବିଧା ପାଉଛନ୍ତି।
କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ହେଉଛି ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍‌ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧୀର କୁମାର ସାମଲ, ଅନୁଗୋଳରେ ରଜନୀକାନ୍ତ ସିଂ, ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡ଼ରେ ଜିଲା ପରିଷଦ ସଭାପତି କୌଶିକ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। ଜିଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା।
ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଏହି ବ୍ୟବସ୍ଥାରେ ଆଉ ୩ ଜିଲା ଯୋଡ଼ି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri