ଫେବୃଆରୀ ସୁଦ୍ଧା ସବୁ ଜିଲାରେ ଗଡ଼ିବ ‘ଲକ୍ଷ୍ମୀ’

ଭୁବନେଶ୍ୱର,୧।୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ୩ ଜିଲାର ୪୪୦ ପଞ୍ଚାୟତରେ ୧୦୧ ବସ୍‌ ଚାଲିବ। ଏହା ଦ୍ୱାରା ୨୭ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଦେବଗଡ଼ର ୬୯ ପଞ୍ଚାୟତରେ ୧୭ ବସ୍‌ ଚାଲିବ ଏବଂ ୩ ଲକ୍ଷ ଲୋକ ଉପକୃତ ହେବେ। ଅନୁଗୋଳର ୧୭୬ଟି ପଞ୍ଚାୟତରେ ୨୯ ବସ୍‌ ଚାଲିବ ଏବଂ ୧୧ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ସେହିପରି ଢେଙ୍କାନାଳର ୧୯୫ ପଞ୍ଚାୟତରେ ୫୫ ବସ୍‌ ଚାଲିବ ଏବଂ ୧୩ ଲକ୍ଷ ଲୋକ ଉପକୃତ ହେବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି। ଗଁାର ଅର୍ଥନୀତିକୁ ମଜଭୁତ କରିବାରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ।
ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଓ ଗଁାର ଅର୍ଥନୀତିକୁ ମଜଭୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲା ଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଯାଇଛି। ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌କୁ ବ୍ୟବହାର କରିପାରିବେ।
ଲକ୍ଷ୍ମୀ ବସ୍‌ ସେବା ଲୋକ ସହିତ ଚାଷୀଙ୍କୁ ମାର୍କେଟ ସହିତ ଯୋଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେବଗଡ଼ଠାରେ ଉପସ୍ଥିତ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ଢେଙ୍କାନାଳରେ ଉପସ୍ଥିତ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଗଁାର ଲୋକମାନେ ସହରର ସୁବିଧା ପାଉଛନ୍ତି।
କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ହେଉଛି ଆପଣଙ୍କ ସମ୍ପତ୍ତି। ଆପଣମାନେ ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରନ୍ତୁ। ଲୋକଙ୍କୁ ଉପଯୁକ୍ତ ସମ୍ମାନ ଦେଇ ସେମାନଙ୍କ ସୁରକ୍ଷା ପ୍ରତି ଯତ୍ନବାନ ହେବାକୁ ସେ ବସ୍‌ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ଢେଙ୍କାନାଳରେ ବିଧାୟକ ସୁଧୀର କୁମାର ସାମଲ, ଅନୁଗୋଳରେ ରଜନୀକାନ୍ତ ସିଂ, ବ୍ରଜକିଶୋର ପ୍ରଧାନ ଏବଂ ଦେବଗଡ଼ରେ ଜିଲା ପରିଷଦ ସଭାପତି କୌଶିକ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ। ଜିଲାରେ ବହୁ ସଂଖ୍ୟାରେ ଜନସମାଗମ ହୋଇଥିଲା।
ସୂଚନାଯୋଗ୍ୟ ଯେ ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ। ଏହି ବ୍ୟବସ୍ଥାରେ ଆଉ ୩ ଜିଲା ଯୋଡ଼ି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri