Posted inଜାତୀୟ

ଲକ୍ଷ୍ମୀପୁର ଖେରୀ ମାମଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୭: ଲକ୍ଷ୍ମୀପୁର ଖେରୀରେ ହୋଇଥିବା ହିଂସା ମାମଲାରେ ଜେଲ୍‌ରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ସୋମବାର ଜାମିନ ପ୍ରଦାନ କରାଯାଇଛି। ତେବେ ଏହି ହିଂସା ମାମଲାରେ ଶୁଣାଣି ତ୍ୱରାନ୍ବିତ କରିବା ଏବଂ ସମୟ ସ୍ଥିର କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଅକ୍ଟୋବର ୨୦୨୧ରେ ଲକ୍ଷ୍ମୀପୁର ଖେରୀର ଟିକୁନିଆରେ କୃଷକମାନେ ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଗସ୍ତକୁ ବିରୋଧ କରୁଥିବା ବେଳେ ହିଂସା ଆରମ୍ଭ ହୋଇଥିଲା। ଏହି ହିଂସାରେ ୮ ଜଣଙ୍କର ମୃତ୍ୟୁ ହୋଇଥିଲା। ୟୁପି ପୋଲିସର ଏଫ୍‌ଆଇଆର୍‌ ଅନୁଯାୟୀ, ଆଶିଷ ମିଶ୍ର ବସିଥିବା ଏକ ଏସ୍‌ୟୁଭି ଦ୍ୱାରା ୪ଜଣ ଚାଷୀଙ୍କୁ ଚାପି ଦିଆଯାଇଥିଲା।

ତିନି କୃଷି ସଂସ୍କାର ଆଇନ ବିରୋଧରେ କୃଷକଙ୍କ ବିରୋଧ ସମୟରେ ହିଂସା ଆରମ୍ଭ ହେବାର ୬ ଦିନ ପରେ ଆଶିଷଙ୍କୁ ଅକ୍ଟୋବର ୯ରେ ଗିରଫ କରାଯାଇଥିଲା। ଉତ୍ତରପ୍ରଦେଶ ପୋଲିସର ଏଫ୍‌ଆଇଆର୍‌ ଅନୁଯାୟୀ, ଆଶିଷ ବସିଥିବା ଏକ ଏସ୍‌ୟୁଭି ଦ୍ୱାରା ୪ଜଣ ଚାଷୀଙ୍କୁ ଚୂର୍ଣ୍ଣ କରାଯାଇଥିଲା। ଏହା ପରେ ଏସ୍‌ୟୁଭି ଚଳାଉଥିବା ବ୍ୟକ୍ତି ଏବଂ ଦୁଇ ଜଣ ଭାଜପା କର୍ମୀଙ୍କୁ ଚାଷୀମନେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ହିଂସା ଘଟଣାରେ ଜଣେ ସାମ୍ବାଦିକଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ଏଫ୍‌ଆଇଆର୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

ଜଳୁନି ଷ୍ଟ୍ରିଟ ଲାଇଟ: ଚେତାବନୀ ଦେଲେ ଲକ୍ଷ୍ମୀପୁର ଗ୍ରାମବାସୀ, ପଞ୍ଚାୟତ ନିର୍ବାଚନରେ…

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ): ସରକାର ପଞ୍ଚାୟତର ବିକାଶ ହେଉଛି ବୋଲି ଡିଣ୍ଡିପ ପିଟୁଥିବାବେଳେ ଏବେ ବି କିଛି ପଞ୍ଚାୟତ ଅବହେଳିତ ଅବସ୍ଥାରେ ରହିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର…

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨୬।୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri