ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା ଲାଗି ଦୁଇଦିନ ଧରି ହେବାକୁ ଥିବା ଏହି କର୍ମଶାଳାରେ ପ୍ରତ୍ୟେକ ଜିଲାର କମ୍ୟୁନିଟି ସପୋର୍ଟ ଷ୍ଟାଫ, ସମ୍ଭାବ୍ୟ ଲକ୍ଷପତି ଦିଦି ଓ ଲକ୍ଷପତି ଦିଦି ଉପସ୍ଥିତ ରହିବେ। କାର୍ଯ୍ୟକ୍ରମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ତୃଣମୂଳ ସ୍ତରରେ କିଭଳି ଅଧିକରୁ ଅଧିକ ସମ୍ଭାବ୍ୟ ଲକ୍ଷପତି ଦିଦିମାନଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେଇ ସେମାନଙ୍କୁ ଲକ୍ଷପତି ଦିଦି କରିପାରିବେ ସେ ନେଇ ଆଲୋଚନା କରାଯିବ। ଏହି ଲକ୍ଷ୍ୟ ହାସଲ ଦିଗରେ ବିଭିନ୍ନ ସରକାରୀ ବିଭାଗଙ୍କ ସହଭାଗିତାରେ ସମ୍ଭାବ୍ୟ ଲକ୍ଷପତି ଦିଦିଙ୍କ କ୍ଷମତା ଓ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ, ବ୍ୟବସାୟ ବୃଦ୍ଧି ଆଦି ଉପରେ ସବିଶେଷ ଦୃଷ୍ଟି ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଏତଦ୍‌ବ୍ୟତୀତ ଯେଉଁ ମହିଳାମାନେ ଅଦ୍ୟାବଧି ଲକ୍ଷପତି ଦିଦି ହେଇସାରିଛନ୍ତି, ସେମାନେ ତାଙ୍କର ପ୍ରେରଣାଦାୟୀ ଆଲୋଚନା ମାଧ୍ୟମରେ ଅନ୍ୟ ସମ୍ଭାବ୍ୟ ଲକ୍ଷପତି ଦିଦିମାନଙ୍କୁ ଉତ୍ସାହିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?