କଳାହାଣ୍ଡିରେ ପୁଣି ଉପସ୍ଥିତି ଜାହିର କଲେ ଲାଲବାହିନୀ: ଏମ୍‌ ରାମପୁର ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

ଭବାନୀପାଟଣା,୧୪।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଟାପରାଙ୍ଗ ସଂରକ୍ଷିତ ଜଙ୍ଗଲରେ ଗତ ୯ ତାରିଖ ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ପୋଲିସ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ସେହିପରି ଡ଼ିଏସପି ଅତୁଳ ଦାଶ ଆହାତ ହୋଇଥିଲେ। ଏହାର କିଛି ଦିନ ପରେ ପୁଣି ମାଓବାଦୀ ନିଜ ଉପସ୍ଥିତି ଜାହିର କରିଛନ୍ତି । ସକାଳୁ ଜିଲାର ଏମ୍‌ ରାମପୁର ଥାନା
ଡମ୍ବକରଲାଖୁଣ୍ଟା, ମାଣିକେରା ଆଦି ପଞ୍ଚାୟତର ବିଭିନ୍ନ ସ୍ଥାନରେ ମାଓବାଦୀ ମାନେ ପୋଷ୍ଟର ଲଗାଇଛନ୍ତି।
କେକେବିଏନ୍‌ ଡିଭିଜିନାଲ କମିଟି ପକ୍ଷରୁ ଏହି ମାଓବାଦୀ ପୋଷ୍ଟର ଲଗାଯାଇଛି। ଏଥିରେ ପୋଲିସ ଇନଫରମର କାମ କରନ୍ତୁ ନାହିଁ। ପୋଲିସ ଓ ଗୋଇନ୍ଦା ଅଫିସର ଭୟର ଚାପ ଓ ପ୍ରଲୋଭନରେ ପଡନ୍ତୁ ନାହିଁ। ଗାଁ ଗାଁ ରେ ଥିବା ପୋଲିସ ସୂଚନାଦାତାଙ୍କୁ ଚିହ୍ନଟ କରି ମାଓବାଦୀ ପାର୍ଟିକୁ ସୂଚନା ଦିଅନ୍ତୁ, ପାର୍ଟି ବିରୁଦ୍ଧରେ ଓ ପୋଲିସକୁ ସୂଚନା ଦେବା ପାଇଁ କହୁଥିବା ବ୍ୟକ୍ତଙ୍କୁ ବିରୋଧ କରିବା ପାଇଁ ଏହି ପୋଷ୍ଟରରେ ଉଲ୍ଲେଖ ରହିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପୁଣି ଭୟର ବାତା ବରଣ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri