Posted inଜାତୀୟ

ଅଧ୍ୟକ୍ଷ ପଦ ଛାଡିବେ ଲଲନ ସିଂ, ନୀତୀଶଙ୍କୁ ମିଳିବ ଜେଡିୟୁର ଦାୟିତ୍ୱ!

ପାଟନା,୨୯।୧୨: ଜନତା ଦଳ (ୟୁନାଇଟେଡ)ରେ ସାଂଗଠନିକ ପରିବର୍ତ୍ତନକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ସୂତ୍ର ଅନୁଯାୟୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ ସିଂ ଜେଡିୟୁ ଅଧ୍ୟକ୍ଷ ପଦ ଛାଡିବେ ଏବଂ ନୀତୀଶ କୁମାର ଏହି ପଦ ସମ୍ଭାଳିବେ। ଜାତୀୟ ପଦାଧିକାରୀଙ୍କ ବୈଠକରେ ଯୋଗଦେବା ପାଇଁ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ଲଲନ ସିଂ ଗୁରୁବାର ଦିଲ୍ଲୀର ଯନ୍ତରମନ୍ତରରେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚିଥିଲେ।

ଦଳ ସୂତ୍ର ଅନୁଯାୟୀ, ଶୁକ୍ରବାର ଦଳର ରାଷ୍ଟ୍ରୀୟ କାର୍ଯ୍ୟନିର୍ବାହୀ ତଥା ପରିଷଦ ବୈଠକରେ ଲଲନ ଜେଡିୟୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାର ସମ୍ଭାବନାକୁ ଏଡ଼ାଇ ଦେଇ ନାହାଁନ୍ତି। ଦଳର ନେତା କହିଛନ୍ତି ଯେ, ନୀତୀଶ କୁମାର ଏହି ଦାୟିତ୍ୱ ସମ୍ଭାଳି ପାରନ୍ତି। ତେବେ ଜେଡିୟୁର ଉଭୟ ବରିଷ୍ଠ ନେତାଙ୍କଠାରୁ ଏ ବାବଦରେ କୌଣସି ନିଶ୍ଚିତକରଣ କରାଯାଇ ନାହିଁ ବୋଲି ସେ କହିଛନ୍ତି। ଏହାପୂର୍ବରୁ ଲଲନ ଏହି ପଦରୁ ଇସ୍ତଫା ଦେଇଥିବା ଖବରକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ, କେନ୍ଦ୍ରରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ନିର୍ଦ୍ଦେଶରେ ଗଣମାଧ୍ୟମ ଦ୍ୱାରା ମିଛ ଖବର ବିସ୍ତାର କରୁଛନ୍ତି। ଦଳରେ କୌଣସି ବିବାଦ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟକୁ ଉଠିଲା ଗୁଜରାଟ

ଜୟପୁର,୯ା୫: ଅଧିନାୟକ ଶୁବମନ ଗିଲ୍‌ ଓ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ପରେ ରଶିଦ ଖାନଙ୍କ ୪ ଉଇକେଟ ସଫଳତା ବଳରେ ଶନିବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ…

ଭିନେଶଙ୍କୁ ଡବ୍ଲ୍ୟୁଏଫ୍‌ଆଇର ନୋଟିସ: ଜୁନ୍‌ ୨୬ ପର୍ଯ୍ୟନ୍ତ କରିପାରିବେ ନାହିଁ ପ୍ରତିଦ୍ୱନ୍ଦ୍ୱିତା

ନୂଆଦିଲ୍ଲୀ,୯ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଶନିବାର ଭିନେଶ ଫୋଗତଙ୍କ ବିରୋଧରେ ଶୃଙ୍ଖଳାଗତ ଓ ଆଣ୍ଟି-ଡୋପିଂ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିବା ସହିତ ବିସ୍ତୃତ କାରଣ…

କାର ଭର୍ତ୍ତି ଗଞ୍ଜେଇ ଗଞ୍ଜେଇ ଜବତ

ଡୁଙ୍ଗୁରିପାଲି,୯।୫(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବେହେରାମାଳ ପଞ୍ଚାୟତ ଲଙ୍ଗଳକଟା ଗାଁରୁ ପୋଲିସ ଶନିବାର ୨ କୁଇଣ୍ଟାଲ ୭୨ କିଗ୍ରା ୨୦୦ ଗ୍ରାମ ଗଞ୍ଜେଇ ଜବତ…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri