Posted inଜାତୀୟ

ମୋଦିଙ୍କୁ ଲଲନଙ୍କ ପ୍ରଶ୍ନ, ନୀତୀଶଙ୍କ ଡିଏନଏ ଉପରେ ମନ୍ତବ୍ୟ କେଉଁ ପ୍ରକାରର ଅପମାନ ?…

ପାଟନା,୨୬।୩ : କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତାରୁ ଅଯୋଗ୍ୟତା ଘୋଷଣା ପରେ ରବିବାର ଦଳର ନେତା ଓ କର୍ମୀମାନେ ସତ୍ୟାଗ୍ରହ ପାଳନ କରିଛନ୍ତି। ବର୍ତ୍ତମାନ ଅନ୍ୟ ଦଳ ମଧ୍ୟ ଏହି ପ୍ରସଙ୍ଗରେ ଖୋଲାଖୋଲି ଭାବେ ରାହୁଲଙ୍କୁ ସମର୍ଥନ କରୁଛନ୍ତି ଏବଂ ବିରୋଧୀ ଦଳର ସ୍ବରକୁ ଦମନ କରିବାକୁ କେନ୍ଦ୍ର ସରକାର ଉଦ୍ୟମ ଅଭିଯୋଗ କରୁଛନ୍ତି। ଜନତା ଦଳ ୟୁନାଇଟେଡର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ କରି ତାଙ୍କର ପୁରୁଣା ବିବୃତ୍ତି ବିଷୟରେ ମନେ ପକାଇଛନ୍ତି।

ଲଲନ କହିଛନ୍ତି, ଭାଜପାର ଛୋଟରୁ ବଡ ନେତା ପର୍ଯ୍ୟନ୍ତ ସମସ୍ତେ କହୁଛନ୍ତି ଯେ ଦେଶର ସମ୍ମାନିତ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କହିବା ପଛୁଆ ବର୍ଗଙ୍କ ପ୍ରତି ଅପମାନ ଅଟେ । ତେବେ ଏହାକୁ ନେଇ ମୁଁ ହସୁଛି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ୨୫ ଜୁଲାଇ୨୦୧୫ରେ ସେ କହିଥିବା ମନ୍ତବ୍ୟ ସ୍ମରଣ କରାଇବା ପାଇଁ ଚାହୁଁଛି। ଯେତେବେଳେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଡିଏନଏ ଉପରେ ପ୍ରଶ୍ନ ଉଠାଇଥିଲେ। କେଉଁ ବର୍ଗରୁ ନୀତୀଶ କୁମାର ଆସନ୍ତି ? ଅନ୍ତତଃ ପକ୍ଷେ ଭାଜପା ନେତାମାନେ ତାହାର ଉତ୍ତର ଦିଅନ୍ତୁ ବୋଲି ଲଲନ କହିଛନ୍ତି।

ରାହୁଲଙ୍କ ସଦସ୍ୟତାକୁ ଯେଭଳି ରଦ୍ଦ କରାଯାଇଛି ତାହା ସ୍ପଷ୍ଟ ଭାବେ ଦର୍ଶାଉଛି ଯେ ଏହି ନିଷ୍ପତ୍ତି ଶୀଘ୍ର ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri