Posted inଜାତୀୟ

ମୋଦିଙ୍କୁ ଲଲନଙ୍କ ପ୍ରଶ୍ନ, ନୀତୀଶଙ୍କ ଡିଏନଏ ଉପରେ ମନ୍ତବ୍ୟ କେଉଁ ପ୍ରକାରର ଅପମାନ ?…

ପାଟନା,୨୬।୩ : କଂଗ୍ରେସର ରାହୁଲ ଗାନ୍ଧୀଙ୍କୁ ଲୋକସଭା ସଦସ୍ୟତାରୁ ଅଯୋଗ୍ୟତା ଘୋଷଣା ପରେ ରବିବାର ଦଳର ନେତା ଓ କର୍ମୀମାନେ ସତ୍ୟାଗ୍ରହ ପାଳନ କରିଛନ୍ତି। ବର୍ତ୍ତମାନ ଅନ୍ୟ ଦଳ ମଧ୍ୟ ଏହି ପ୍ରସଙ୍ଗରେ ଖୋଲାଖୋଲି ଭାବେ ରାହୁଲଙ୍କୁ ସମର୍ଥନ କରୁଛନ୍ତି ଏବଂ ବିରୋଧୀ ଦଳର ସ୍ବରକୁ ଦମନ କରିବାକୁ କେନ୍ଦ୍ର ସରକାର ଉଦ୍ୟମ ଅଭିଯୋଗ କରୁଛନ୍ତି। ଜନତା ଦଳ ୟୁନାଇଟେଡର ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ କରି ତାଙ୍କର ପୁରୁଣା ବିବୃତ୍ତି ବିଷୟରେ ମନେ ପକାଇଛନ୍ତି।

ଲଲନ କହିଛନ୍ତି, ଭାଜପାର ଛୋଟରୁ ବଡ ନେତା ପର୍ଯ୍ୟନ୍ତ ସମସ୍ତେ କହୁଛନ୍ତି ଯେ ଦେଶର ସମ୍ମାନିତ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କହିବା ପଛୁଆ ବର୍ଗଙ୍କ ପ୍ରତି ଅପମାନ ଅଟେ । ତେବେ ଏହାକୁ ନେଇ ମୁଁ ହସୁଛି। ମୁଁ ପ୍ରଧାନମନ୍ତ୍ରୀଙ୍କୁ ୨୫ ଜୁଲାଇ୨୦୧୫ରେ ସେ କହିଥିବା ମନ୍ତବ୍ୟ ସ୍ମରଣ କରାଇବା ପାଇଁ ଚାହୁଁଛି। ଯେତେବେଳେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଡିଏନଏ ଉପରେ ପ୍ରଶ୍ନ ଉଠାଇଥିଲେ। କେଉଁ ବର୍ଗରୁ ନୀତୀଶ କୁମାର ଆସନ୍ତି ? ଅନ୍ତତଃ ପକ୍ଷେ ଭାଜପା ନେତାମାନେ ତାହାର ଉତ୍ତର ଦିଅନ୍ତୁ ବୋଲି ଲଲନ କହିଛନ୍ତି।

ରାହୁଲଙ୍କ ସଦସ୍ୟତାକୁ ଯେଭଳି ରଦ୍ଦ କରାଯାଇଛି ତାହା ସ୍ପଷ୍ଟ ଭାବେ ଦର୍ଶାଉଛି ଯେ ଏହି ନିଷ୍ପତ୍ତି ଶୀଘ୍ର ନିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri