ପୋଷଣ ସହାୟତା ଦେବ ଲାଲଚାନ୍ଦ ଫାଉଣ୍ଡେଶନ୍‌

ଭୁବନେଶ୍ୱର,୨୦।୧୨: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଲାଲଚାନ୍ଦ ଜୁଏଲର୍ସର ସହଭାଗୀ ସଂସ୍ଥା ଲାଲଚାନ୍ଦ ଫାଉଣ୍ଡେଶନ୍‌ ଭୁବନେଶ୍ୱରର ୨୦୦ ଯକ୍ଷ୍ମାରୋଗୀଙ୍କୁ ୬ ମାସ ପାଇଁ ପୋଷ୍ୟ ଭାବେ ଗ୍ରହଣ କରି ଆବଶ୍ୟକ ପୋଷଣ ସହାୟତା ପ୍ରଦାନ କରୁଥିବା ଜଣାପଡ଼ିଛି। ବିଶେଷକରି ଜାତୀୟ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମ ଭୁବନେଶ୍ୱର ଓ ଲାଲଚାନ୍ଦ ଫାଉଣ୍ଡେଶନ୍‌ର ମିଳିତ ସହଯୋଗରେ ପ୍ରଧାନମନ୍ତ୍ରୀଙ୍କ ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ ସ୍ଥାନୀୟ ଶହୀଦ ନଗର ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁଭାରମ୍ଭ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଭୁବନେଶ୍ୱରର ଡା. ସୁମନ ସୁନ୍ଦରାୟ, ସ୍ବାସ୍ଥ୍ୟ ଅଧିକାରୀ (ଯକ୍ଷ୍ମା) ଭୁବନେଶ୍ୱର ଡା. ଏମ.ଏସ.ସମଦ.ଖାନ୍‌, ଜିଲା ପ୍ରକଳ୍ପ ସଂଯୋଜକ ରୋଶନ କୁମାର ପାଢ଼ୀ, ଜିଲା ସଂଯୋଜକ (ପିପିପି) ଗୁରୁଚରଣ ମନ୍ତ୍ରୀ, ଶହୀଦ ନଗର ସ୍ବାସ୍ଥ୍ୟ କେନ୍ଦ୍ରର ସ୍ବାସ୍ଥ୍ୟ ଅଧିକାରୀ, ଡା. ଐଶ୍ୱର୍ଯ୍ୟା ମହାପାତ୍ରଙ୍କ ସମେତ ଲାଲଚାନ୍ଦ ଫାଉଣ୍ଡେଶନର ନିର୍ଦ୍ଦେଶକ ଅଜିତ୍‌ ହଂସ, କିଷନ ଗୁପ୍ତା ଏବଂ ସାଇନାଥ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ସେହିଭଳି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ସମସ୍ତ ଓ୍ବାର୍ଡ ଅଧୀନରେ ଥିବା ଯକ୍ଷ୍ମା ରୋଗୀଙ୍କ ମଧ୍ୟରୁ ୨୦୦ ରୋଗୀଙ୍କୁ ୬ମାସ ପାଇଁ ପୋଷ୍ୟ ଭାବେ ଗ୍ରହଣ କରି ଫାଉଣ୍ଡେଶନ ପୋଷଣ ସହାୟତା ପ୍ରଦାନ କରୁଛନ୍ତି। ସେହିପରି ଲାଲଚାନ୍ଦ ଫାଉଣ୍ଡେଶନ୍‌ର ଏଭଳି ମହତ କାର୍ଯ୍ୟକୁ ବିଏମସି କର୍ତ୍ତୃପକ୍ଷ ଏବଂ ଭୁବନେଶ୍ୱର ଜିଲା ଯକ୍ଷ୍ମା ଅଧିକାରୀଙ୍କ ପକ୍ଷରୁ ଫାଉଣ୍ଡେଶନ୍‌କୁ କୃତଜ୍ଞତା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri