ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଅନ୍ତର୍ଜାତୀୟ ବଜାର ସହ ଦେଶରେ ଦିନକୁ ଦିନ ସୁନାର ମୂଲ୍ୟ ବୃଦ୍ଧି ପାଉଛି। ଆଗକୁ ଅକ୍ଷୟ ତୃତୀୟା ଆସୁଥିବାରୁ ଗ୍ରାହକମାନେ ସୁନା ଅଳଙ୍କାର କ୍ରୟକୁ ନେଇ ଚିନ୍ତାରେ ରହିଛନ୍ତି। ଏହାକୁ ଦୃଷ୍ଟିରେ ରଖି ପୂର୍ବ ଭାରତର ସର୍ବାଧିକ ଲୋକପ୍ରିୟ ଅଳଙ୍କାର ପ୍ରତିଷ୍ଠାନ ଲାଲ୍‌ଚାନ୍ଦ୍‌ ନିଜ ପ୍ରିୟ ଗ୍ରାହକଙ୍କ ପାଇଁ ଆକର୍ଷଣୀୟ ଅଫର ଆଣିଛି। ପ୍ରତିଦିନ ସୁନାର ଦର ବୃଦ୍ଧି ପାଉଥିବା ଦେଖି ଆଗୁଆ ସୁନା ଦରକୁ ବୁକ୍‌ କରିବା ପାଇଁ ଲାଲ୍‌ଚାନ୍ଦ୍‌ ‘ଗୋଲ୍ଡ ଲକ୍‌ ଅଫର’ପ୍ରଦାନ କରୁଛି। ଏହି ଅଫର ଅନୁଯାୟୀ ଅକ୍ଷୟ ତୃତୀୟା ପାଇଁ କ୍ରୟ କରିବାକୁ ଥିବା ଆନୁମାନିକ ଓଜନର ସୁନାଗହଣା ମୂଲ୍ୟର ମାତ୍ର ୧୦% ଅଗ୍ରିମ ଦେଇ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନା ଦରକୁ ଗ୍ରାହକମାନେ ବୁକ୍‌ କରିପାରିବେ। ଏହାସହ ଅଗ୍ରିମ ବୁକିଂ ମୂଲ୍ୟ ହେଉ କିମ୍ବା କ୍ରୟ ଦିନର ସୁନା ମୂଲ୍ୟ, ଯେଉଁଟି କମ୍‌ ହେବ, ସେହି ମୂଲ୍ୟରେ ଗ୍ରାହକମାନେ ସୁନା ଅଳଙ୍କାର କିଣିପାରିବେ। ସେହିଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟାକୁ ଦୃଷ୍ଟିରେ ରଖି ଲାଲ୍‌ଚାନ୍ଦ୍‌ର ସମସ୍ତ ଷ୍ଟୋରରେ ସୁନା, ରୁପା, ହୀରା ଓ ପ୍ଲାଟିନମ୍‌ ଅଳଙ୍କାରର ନୂତନ କଲେକ୍ସନ୍ସ ଉପଲବ୍ଧ। ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ସର୍ବଦା ଗ୍ରାହକଙ୍କ ହିତ ଓ ସତ୍ୟତାକୁ ଅଗ୍ରାଧିକାର ଦେଇ ବିଭିନ୍ନ ସମୟରେ ମିଡିଆ ଅଭିଯାନ ଚଳାଇ ଆସୁଛି। ସୁନାର ଗୁଣବତ୍ତା ସହ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଗ୍ରାହକଙ୍କୁ ଅପ୍‌ ଟୁ ସ୍କାମ୍‌ ଏବଂ ସର୍ତ୍ତମୂଳକ ଅଫରରୁ ବିରତ ରହିବା ନେଇ ସଚେତନ କରିଆସୁଛି। ଏଥିସହ ସର୍ବଦା ଫ୍ଲାଟ୍‌ ଓ ସ୍ବଚ୍ଛ ଗଢ଼ା ମଜୁରିକୁ ଚୟନ କରିବା ଉପରେ ମଧ୍ୟ ସଚେତନ କରାଇବା ପାଇଁ ମିଡିଆ କ୍ୟାମ୍ପେନ୍‌ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ୍‌ରେ ୫,୪୧,୯୪୬ ୟୁନିଟ ଗାଡ଼ି ବିକ୍ରି

ଭୁବନେଶ୍ୱର,୬।୫: ହୋଣ୍ଡା ମୋଟରସାଇକେଲ୍‌ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ର ମାସିକ ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ...

ବଜାରରେ ବାଗୀର ନୂତନ ଉତ୍ପାଦ

ଭୁବନେଶ୍ୱର,୬।୫: ବଜାଜ୍‌ ଆଲିଆଞ୍ଜ୍‌ ଜେନେରାଲ ଇନ୍‌ସ୍ୟୁରାନ୍ସ (ବିଏଜିଆଇ ବା ବାଗୀ)ର ନୂତନ ଉତ୍ପାଦ ‘ପ୍ରିଭେ’ର ଅନାବରଣ ନିକଟରେ ହୋଇଯାଇଛି। ଏପରିକି କମ୍ପାନୀ ଏକ ବର୍ଦ୍ଧିତ ଏବଂ...

ଦେଶରେ ଦୈନିକ ଖୋଲୁଛି ୫୦୦ରୁ ଅଧିକ କମ୍ପାନୀ

ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଦେଶରେ ଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଲୋକମାନେ ଚାକିରି ଖୋଜିବା ପରିବର୍ତ୍ତେ କିପରି ନିଯୁକ୍ତି ପ୍ରଦାନ କରିପାରିବେ ସେ ଦିଗ ପ୍ରତି ଗୁରୁତ୍ୱ...

ପେଟିଏମ୍‌କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୫।୫ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ପରେ ପେଟିଏମକୁ ଆଉ ଏକ ଝଟ୍‌କା ଲାଗିଛି। କମ୍ପାନୀର...

ଭାରତୀୟ ମସଲାରେ କୀଟନାଶକ ସମ୍ପର୍କିତ ସମସ୍ତ ଦାବିକୁ ଖଣ୍ଡନ କଲା ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ,୫।୫: ଭାରତୀୟ ମସଲାକୁ ନେଇ ଉପୁଯିତିବା ବିବାଦ ମଧ୍ୟରେ ସ୍ପତିକାରଣ ରଖିଛି ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫ୍‌ଏସ୍‌ଏସ୍‌ଏଆଇ)। ବିଭିନ୍ନ ଦେଶ...

ପିଆଜ ରପ୍ତାନି ଉପରୁ ହଟିଲା କଟକଣା

ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର...

ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri