ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌

ଭୁବନେଶ୍ୱର,୯।୭ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପୂର୍ବ ଭାରତର ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ବହୁ ପ୍ରତୀକ୍ଷିତ ଅଫର ‘ମନ୍‌ସୁନ୍‌ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବର୍ତ୍ତମାନ ସାରା ଓଡ଼ିଶାରେ ମୌସୁମୀ (ବର୍ଷାଋତୁ) ଜାରି ରହିଛି। ମୌସୁମୀକୁ ସ୍ମରଣୀୟ କରିବା ପାଇଁ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ମନ୍‌ସୁନ୍‌ ସେଲ୍‌ର ଅଫର ଆରମ୍ଭ ହୋଇଛି। ବିଶେଷକରି ସୁନା, ରୁପା ଏବଂ ହୀରାର ସର୍ବୋତ୍କୃଷ୍ଟ ସଂଗ୍ରହ ଉପରେ ଲାଲ୍‌ଚାନ୍ଦ୍‌ ଆକର୍ଷଣୀୟ ଅଫରର ବର୍ଷା କରିଛି। ଏହି କ୍ରମରେ ବ୍ରାଣ୍ଡ୍‌ର ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁAନାଗହଣାର ଗଢ଼ା ମୂଲ୍ୟ ପ୍ରତି ଗ୍ରାମ୍‌ ପିଛା ଫ୍ଲାଟ୍‌ ୯୯୯ ଟଙ୍କା ରହିଥିବା ବେଳେ ହୀରା ଗହଣାର ଗଢ଼ା ମୂଲ୍ୟକୁ ମଧ୍ୟ ଛାଡ଼ କରାଯାଇଛି। ଏହା ସହ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୪୦% ରିହାତି ଥିଲାବେଳେ ନିର୍ଦ୍ଦିଷ୍ଟ ହାତଘଣ୍ଟା ବ୍ରାଣ୍ଡ୍‌ର ଏମ୍‌ଆର୍‌ପି ଉପରେ ଫ୍ଲାଟ୍‌ ୨୦% ଏବଂ ବ୍ରାଣ୍ଡେଡ୍‌ ଆଇଟମ୍‌ର ମୂଲ୍ୟ ଉପରେ ଫ୍ଲାଟ୍‌ ୧୫% ରିହାତି ଦିଆଯାଉଛି। ସେହିଭଳି ମନ୍‌ସୁନ୍‌ ସେଲ୍‌ର ଅନ୍ୟ ଏକ ଆକର୍ଷଣୀୟ ଅଫର ମଧ୍ୟରେ ୧.୫ ଲକ୍ଷ ଟଙ୍କା ମୂଲ୍ୟର ସୁନାଗହଣାର ପ୍ରତ୍ୟେକ କ୍ରୟ ଉପରେ ୧୦୦ ମିଲିଗ୍ରାମ୍‌ର ସ୍ବର୍ଣ୍ଣ ମୁଦ୍ରା ମାଗଣା ପ୍ରଦାନ କରାଯାଉଥିବା ଲାଲ୍‌ଚାନ୍ଦ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ଲାଲ୍‌ଚାନ୍ଦ୍‌ର ପ୍ରତ୍ୟେକ ଶୋ’ରୁମ୍‌ରେ ବିଆଇଏସ୍‌ ହଲ୍‌ମାର୍କଯୁକ୍ତ ପୁରୁଣା ସୁନାର ଏକ୍ସଚେଞ୍ଜ ଉପରେ ୧୦୦% ସୁନା ମୂଲ୍ୟ ମିଳୁଥିବାବେଳେ ପୂର୍ବ ଭାରତର ଅଳଙ୍କାର ବଜାରରେ ଲାଲ୍‌ଚାନ୍ଦ୍‌ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣା ଉପରେ ସର୍ବନିମ୍ନ ଗଢ଼ା ମୂଲ୍ୟ ଅଫର ପ୍ରଦାନ କରାଯାଉଛି। ଅପରପକ୍ଷରେ ଅନ୍ୟ ଜୁଏଲର୍ସମାନେ ୧୫୦୦ ରୁ ୨୨୦୦ ଟଙ୍କା ପର୍ଯ୍ୟନ୍ତ ଗଢ଼ା ମଜୁରି ନେଉଛନ୍ତି। ଭୁବନେଶ୍ୱର, ବ୍ରହ୍ମପୁର, କଟକ ଓ ନୂଆଦିଲ୍ଲୀର ଅଳଙ୍କାର ବଜାରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲାଲ୍‌ଚାନ୍ଦ୍‌ ସର୍ବଦା ଗ୍ରାହକଙ୍କ ସଚେତନ ପାଇଁ ମିଡିଆ କ୍ୟାମ୍ପେନ୍‌ ଚଳାଇ ଆସୁଛି। ଏହି ମିଡିଆ ସଚେତନତା ଅଭିଯାନରେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ଗ୍ରାହକଙ୍କୁ ସୁନାର ଗୁଣବତ୍ତା ସହ ‘ଅପ୍‌ ଟୁ’ ସ୍କାମ୍‌ ଓ ସର୍ତ୍ତମୂଳକ ଅଫରରୁ ବର୍ତ୍ତି ସର୍ବଦା ଫ୍ଲାଟ୍‌ ଓ ସ୍ବଚ୍ଛ ଗଢ଼ା ମଜୁରିକୁ ଚୟନ କରିବା ନେଇ ପରାମର୍ଶ ଦେଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri