ଲଳିତ କୁମାର, ତାଙ୍କ ସହଯୋଗୀଙ୍କୁ ଗିରଫ କରାଯାଉ: ତାତିଲା କଂଗ୍ରେସ

ଭୁବନେଶ୍ୱର, ୧୪।୭(ସୁନିତ୍‌ ମିଶ୍ର): ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଲଳିତ କୁମାର ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ମରଣାନ୍ତକ ଆକ୍ରମଣ ପ୍ରତିବାଦରେ ଛାତ୍ର ଓ ଯୁବ କଂଗ୍ରେସ ପକ୍ଷରୁ ଶନିବାର ରାଜଭବନ ଘେରାଉ କରାଯାଇଛି। ଛାତ୍ର ଓ ଯୁବ କଂଗ୍ରେସ କର୍ମୀମାନେ ଭୁବନେଶ୍ୱର କ୍ଲବଠାରୁ ଏକ ରାଲିରେ ରାଜଭବନ ଆଡ଼କୁ ମାଡ଼ିଯାଉଥିବା ବେଳେ ରାସ୍ତାରେ ପୋଲିସ ସହ ସେମାନଙ୍କ ଧସ୍ତାଧସ୍ତି ହୋଇଛି। ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଏବଂ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ରଙ୍କ ନେତୃତ୍ୱରେ ଆୟୋଜିତ ଏହି ପ୍ରତିବାଦ କାର୍ଯ୍ୟକ୍ରମରେ ପ୍ରାୟ ଘଣ୍ଟାଏ ଧରି ରାସ୍ତା ଅବରୋଧ କରାଯାଇଥିଲା। ଏହି ସମୟରେ ପୋଲିସ ଏବଂ କଂଗ୍ରେସ କର୍ମୀମାନଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାପରେ ପୋଲିସ ପକ୍ଷରୁ ୟାସିର ନୱାଜ, ରଣଜିତ ପାତ୍ର ଓ ଅନ୍ୟାନ୍ୟ ଛାତ୍ର ଓ ଯୁବ କଂଗ୍ରେସ କର୍ମୀଙ୍କୁ ସେଠାରୁ ଉଠାଇ ନେଇ ଅଟକ ରଖିଥିଲେ। ଏହି ପରପ୍ରେକ୍ଷୀରେ ୟାସିର ନୱାଜ କହିଛନ୍ତି, ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ପୁତ୍ର ଲଳିତ କୁମାର ଏବଂ ତାଙ୍କର ୫ ଜଣ ଝାଡ଼ଖଣ୍ଡୀ ସହଯୋଗୀ ଗତ ୭ ତାରିଖ ରାତିରେ ପୁରୀ ରାଜଭବନରେ କାର୍ଯ୍ୟରତ ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ଯେଉଁଭଳି ମରଣାନ୍ତକ ଆକ୍ରମଣ କରିଛନ୍ତି ତାହା ଦୁର୍ଭାଗ୍ୟଜନକ। ପୀଡ଼ିତ ତାଙ୍କର ଅଭିଯୋଗରେ ଲେଖିଛନ୍ତି ଯେ, ତାଙ୍କୁ ରାତି ୧୧ଟାରୁ ରାତି ୪ଟା ପର୍ଯ୍ୟନ୍ତ ବହୁ ଅକଥନୀୟ ନିର୍ଯାତନା ଦିଆଯାଇଥିଲା। ଲଳିତ ଏବଂ ତାଙ୍କର ୫ ଜଣ ସହଯୋଗୀଙ୍କ ଆକ୍ରମଣରୁ ରକ୍ଷା ପାଇବା ପାଇଁ ସିଏ ଆନେକ୍ସ ରୁମ୍‌ରେ ଲୁଚି ପଡ଼ିଥିଲେ ମଧ୍ୟ ଲଳିତଙ୍କ ୨ ଜଣ ପିଏସ୍‌ଓ ତାଙ୍କୁ ଟେକି ନେଇ ରାଜଭବନସ୍ଥିତ ୪ ନମ୍ବର ପ୍ରକୋଷ୍ଠରେ ଛାଡ଼ିଥିଲେ। ସେଠାରେ ଭୋର୍‌ ପର୍ଯ୍ୟନ୍ତ ତାଙ୍କୁ ଶାରୀରିକ ନିର୍ଯାତନା ଦିଆଯାଇଥିଲା। ଅନ୍ୟପକ୍ଷରେ ତାଙ୍କୁ ମାରିଦେଲେ କେହି ରକ୍ଷା କରିପାରିବେ ନାହିଁ ବୋଲି ଲଳିତ ଧମକ ଦେଇଥିଲେ। ଜଣେ ଓଡ଼ିଆ ଅଫିସରଙ୍କୁ ଏଭଳି ନିର୍ଯାତନା ଦିଆଯିବା ପରେ ସେହି ଅଫିସର ରାଜ୍ୟପାଳଙ୍କ ପ୍ରମୁଖ ସଚିବଙ୍କୁ ଲିଖିତ ଆକାରରେ ଜଣାଇଥିଲେ। ରାଜ୍ୟପାଳଙ୍କ ପୁତ୍ର ଏବଂ ଅନ୍ୟମାନେ ଏପର୍ଯ୍ୟନ୍ତ ଗିରଫ ନ ହେବା ଦୁର୍ଭାଗ୍ୟଜନକ। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ପୋଲିସ ମହାନିର୍ଦ୍ଦେଶକ ଜାଣି ମଧ୍ୟ ଏପର୍ଯ୍ୟନ୍ତ ନୀରବ ବସିଛନ୍ତି। ଯଦି ସରକାର ଦୁର୍ନୀତି ବା ଭ୍ରଷ୍ଟାଚାର କରନ୍ତି ବିରୋଧୀ ଦଳ ରାଜ୍ୟପାଳଙ୍କ ନିକଟରେ ଗୁହାରି କରିଥାନ୍ତି। ଏହି ଘଟଣାରେ ରାଜ୍ୟପାଳଙ୍କ ପୁଅ ଯେହେତୁ ମୁଖ୍ୟ ଆସାମୀ ତେବେ ରାଜ୍ୟପାଳ ପୁତ୍ର ମୋହରେ ଅନ୍ଧ ହୋଇଯିବେ ନା ଏଏସ୍‌ଓ ବୈକୁଣ୍ଠ ପ୍ରଧାନଙ୍କୁ ନ୍ୟାୟ ଦେବେ ସେକଥା ରାଜ୍ୟବାସୀ ଚାହିଁ ବସିଛନ୍ତି। ଯେଉଁମାନେ ଏବେ ଓଡ଼ିଆ ଅସ୍ମିତାର ଠିକାଦାରି କରୁଥିଲେ ଜଣେ ଓଡ଼ିଆ ଅଫିସରଙ୍କୁ ଅନ୍ୟାୟରେ ମରଣାନ୍ତକ ଆକ୍ରମଣ ହୋଇଥିବା ସ୍ଥଳେ ସେମାନେ ନୀରବ ବସିଛନ୍ତି। ସଚିବାଳୟର କର୍ମଚାରୀ ସଂଘ ନିଜର ଜଣେ ସଭ୍ୟଙ୍କ ଉପରେ ଏପରି ଆକ୍ରମଣର ପ୍ରତିବାଦ କରିବା ଉଚିତ। ତୁରନ୍ତ ରାଜ୍ୟପାଳଙ୍କ ପୁଅ ଏବଂ ତାଙ୍କ ସହଯୋଗୀମାନେ ଗିରଫ ହେବା ସହ ତାଙ୍କ ବିରୋଧରେ ଆଇନ ଅନୁଯାୟୀ ଦଣ୍ଡବିଧାନ କରିବାକୁ କଂଗ୍ରେସ ଦାବି କରୁଥିବା ୟାସିର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ପ୍ରବଳ ଥଣ୍‌ଡା ଓ କୁହୁଡି ଯୋଗୁ ସ୍କୁଲ-କଲେଜ ଛୁଟି ଘୋଷଣା, ମୁଖ୍ୟମନ୍ତ୍ରୀ ଜାରି କଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୧: ଘନ କୁହୁଡ଼ି ଏବଂ ପ୍ରବଳ ଥଣ୍ଡାକୁ ଦୃଷ୍ଟିରେ ରଖି, ରାଜ୍ୟ ସରକାର ରାଜ୍ୟର ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ପାଇଁ ଜାନୁଆରୀ 5...

ନୂଆ ଲୁକ୍‌ରେ ବିଦ୍ୟାଶ୍ରୀ: ବିବାହକୁ ନେଇ କହିଲେ…

ଭୁବନେଶ୍ୱର,୨।୧: ବିହାହକୁ ନେଇ ମୁହଁ ଖୋଲିଲେ ବିଦ୍ୟାଶ୍ରୀ। ମାନବ ପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ। ଯାହାଙ୍କ ଉପରେ ଦିନେ ଲାଗିଥିଲା ଆଦିତ୍ୟଙ୍କ ମୃତ୍ୟୁର ଆରୋପ।...

ରିଅଲ ମାଡ୍ରିଡ୍‌ର ବଢ଼ିଲା ଚିନ୍ତା: ଏମ୍‌ବାପେ ଆହତ

ପ୍ୟାରିସ,୨ା୧: ରିଅଲ ମାଡ୍ରିଡ୍‌ ଫରଓ୍ବାର୍ଡ କିଲିଆନ ଏମ୍‌ବାପେଙ୍କ ବାମ ଆଣ୍ଠୁ ଆଘାତ ଲାଗିଛି। ଏ ନେଇ ସ୍ପାନିଶ କ୍ଲବ ପକ୍ଷରୁ କୁହାଯାଇଛି। ତେବେ ତାଙ୍କୁ ରିକଭର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri