ଲଳିତ ମୋହନ ପଣ୍ଡା ପାଇବେ ଜାତୀୟ ପର୍ଯ୍ୟଟନ ପୁରସ୍କାର

ଭୁବନେଶ୍ୱର, ୨୭।୯(ବ୍ୟୁରୋ):ଦେଶର ସର୍ବଶ୍ରେଷ୍ଠ ୱାଇଲ୍ଡଲାଇଫ୍‌ ଗାଇଡ୍‌ ଭାବେ ଓଡ଼ିଶାର ଲଳିତ ମୋହନ ପଣ୍ଡା ଜାତୀୟ ପର୍ଯ୍ୟଟନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ମଙ୍ଗଳବାର ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଉପରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ୨୦୧୮-୧୯ ପାଇଁ ଏହି ପୁରସ୍କାର ଦିଆଯିବ। ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଶ୍ରେଷ୍ଠ ୱାଇଲ୍ଡଲାଇଫ୍‌ ଗାଇଡ୍‌ ଶ୍ରେଣୀରେ ପୂର୍ବ, ପଶ୍ଚିମ ଓ କେନ୍ଦ୍ର, ଉତ୍ତର, ଦକ୍ଷିଣ ଏବଂ ଉତ୍ତରପୂର୍ବ ଭଳି ୫ ଜୋନ୍‌ରୁ ୫ଟି ପୁରସ୍କାର ପାଇଁ ଦରଖାସ୍ତ ଆହ୍ବାନ କରାଯାଇଥିଲା। ପୂର୍ବ ଜୋନ୍‌ ପାଇଁ ଲଳିତ ମୋହନ ଏହି ଦରଖାସ୍ତ ପକାଇଥିଲେ। କିନ୍ତୁ ସାରା ଦେଶରୁ ଏକମାତ୍ର ୱାଇଲ୍ଡଲାଇଫ ଗାଇଡ୍‌ ଭାବେ କେବଳ ଲଳିତଙ୍କୁ ହିଁ ଏହି ପୁରସ୍କାର ପାଇଁ ଚୟନ କରାଯାଇଛି। ସେହିଭଳି ଶ୍ରେଷ୍ଠ ହୋଟେଲ, ଶ୍ରେଷ୍ଠ ସେଫ୍‌, ଶ୍ରେଷ୍ଠ ଟୁର୍‌ ଅପରେଟର, ଶ୍ରେଷ୍ଠ ରାଜ୍ୟ, ଶ୍ରେଷ୍ଠ ପର୍ଯ୍ୟଟନ ସ୍ଥଳୀ ଆଦି ବିଭିନ୍ନ ବର୍ଗରେ ଦେଶର ମୋଟ ୨୮ଜଣଙ୍କୁ ବିଭିନ୍ନ ବର୍ଗରେ ଜାତୀୟ ପର୍ଯ୍ୟଟନ ପୁରସ୍କାର ଦିଆଯିବ।
ବାଙ୍କୀର ଲଳିତ ମୋହନ ଭୁବନେଶ୍ୱରସ୍ଥିତ ଇଣ୍ଡିଆନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟୁରିଜମ୍‌ ମ୍ୟାନେଜମେଣ୍ଟରୁ ଡିଗ୍ରୀ ହାସଲ କରିବା ପରେ ପ୍ରଫେସନାଲ ଗାଇଡ୍‌ ଭାବେ ପ୍ରଶିକ୍ଷଣ ନେଇ ଗତ ୮ବର୍ଷ ହେବ ରାଜ୍ୟ ଗାଇଡ୍‌ ଭାବେ ଫ୍ରିଲାନ୍ସ କାର୍ଯ୍ୟ କରୁଛନ୍ତି। ଏଥିସହିତ ସେ ମଧ୍ୟ ସ୍ନେକ ହେଲ୍ପଲାଇନର ସଦସ୍ୟ ଭାବେ ବାଙ୍କୀ ଓ ଏହାର ଆଖପାଖ ଅଞ୍ଚଳରୁ ବହୁ ସାପ ଉଦ୍ଧାର କରିଛନ୍ତି। ପୂର୍ବରୁ ଖୋର୍ଦ୍ଧା ସବ୍‌ଡିଭିଜନ ତରଫରୁ ଲଳିତଙ୍କୁ ୨୦୧୮ରେ ଡିଭିଜନସ୍ତରୀୟ ବିଜୁ ପଟ୍ଟନାୟକ ବନ୍ୟପ୍ରାଣୀ ପୁରସ୍କାର ଦିଆଯାଇଥିଲା। ଏବେ ଜାତୀୟ ପର୍ଯ୍ୟଟନ ପୁରସ୍କାର ପାଇଁ ମନୋନୀତ ହୋଇ ରାଜ୍ୟ ପାଇଁ ଗୌରବ ଆଣିଥିବାରୁ ଲଳିତଙ୍କୁ ସ୍ନେକ୍‌ ହେଲ୍ପଲାଇନ ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri