Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌ରେ ଭାଗନେବେ ଲାଲ୍‌ରିନୁଙ୍ଗା, ଶିଉଳି

ନୂଆଦିଲ୍ଲୀ, ୧୬ା୫(ପି.ଟି.)-ତାସ୍‌କେଣ୍ଟରେ ମେ’ ୨୩ରୁ ୩୧ ପର୍ଯ୍ୟନ୍ତ ହେବାକୁଥିବା ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ରେ ଭାଗ ନେବା ଲାଗି ୟୁଥ ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜେତା ଭାରୋତ୍ତୋଳକ ଜେରେମି ଲାଲରିନୁଙ୍ଗା (୬୭କେଜି) ମଙ୍ଗଳବାର ଗସ୍ତ କରିବେ। ତାଙ୍କ ସହିତ ଅଚିନ୍ତା ଶିଉଳି(୭୩କେଜି) ମଧ୍ୟ ଯିବେ। ଭାରତୀୟ ଭାରୋତ୍ତୋଳନ ମହାସଂଘ (ଆଇଡବ୍ଲ୍ୟୁଏଲ୍‌ଏଫ୍‌)ତରଫରୁ ସେମାନଙ୍କ ଗସ୍ତ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ଦୁଇଜଣଙ୍କ ଲାଗି ବିମାନ ଟିକେଟ ହୋଇସାରିଥିବା ଆଇଡବ୍ଲ୍ୟୁଏଲ୍‌ଏଫ୍‌ ସମ୍ପାଦକ ସହଦେବ ଯାଦବ ସୂଚନା ଦେଇଛନ୍ତି। ଉଜବେକିସ୍ତାନରେ ଲାଲ୍‌ରିନିଙ୍ଗା ଓ ଶିଉଳିଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ ନାହିଁ। ସେମାନଙ୍କୁ କେବଳ ନେଗେଟିଭ ସାର୍ଟିଫିକେଟ ଦେବାକୁ ପଡ଼ିବ। ମୁଖ୍ୟ କୋଚ୍‌ ବିଜୟ ଶର୍ମାଙ୍କ ଅନୁପସ୍ଥିତିରେ ଦୁଇ ଭାରୋତ୍ତୋଳକଙ୍କ ସହ କୋଚ୍‌ ପ୍ରମୋଦ ଶର୍ମା ଓ ବିଜାଇ ରୋହିଲା ଯିବେ। ବିଜୟ ଶର୍ମା ବର୍ତ୍ତମାନ ଅଲିମ୍ପିକ ଷ୍ଟାର ଭାରୋତ୍ତୋଳିକା ମୀରାବାଈ ଚାନୁଙ୍କ ସହ ଆମେରିକାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri