Posted inଜାତୀୟ

ଲାଲକିଲ୍ଲା ବିସ୍ଫୋରଣ: ଆତଙ୍କବାଦୀ ଲିଙ୍କ୍ ସନ୍ଦେହ, ଅପରାହ୍ନରେ ଦିଲ୍ଲୀରୁ ଜବତ ହୋଇଥିଲା ୨,୯୦୦ କେଜି ବୋମା ତିଆରି ସାମଗ୍ରୀ

ନୂଆଦିଲ୍ଲୀ,୧୦।୧୧: ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ମେଟ୍ରୋ ଷ୍ଟେସନ୍ ନିକଟରେ ସୋମବାର ସନ୍ଧ୍ୟାରେ ଏକ କାର୍‌ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ଅତିକମ୍‌ରେ ୮ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଏହି ଘଟଣାକୁ ନେଇ ଦେଶବ୍ୟାପୀ ହାଇ ଆଲର୍ଟ ଜାରି କରାଯାଇଛି।

ସନ୍ଧ୍ୟା ୬:୫୫ରେ ଏହି ବିସ୍ଫୋରଣ ହୋଇଥିଲା। ଏଥିରେ ୩ ରୁ ୪ ଟି ଗାଡ଼ି ଜଳିଯାଇଛି ଏବଂ ନିକଟସ୍ଥ ଷ୍ଟ୍ରିଟ୍ ଲାଇଟ୍ ସମେତ ଅନେକ ସ୍ଥାନୀୟ ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି। ଆହତଙ୍କୁ LNJP ହସ୍ପିଟାଲକୁ ନିଆଯାଇଛି। ଦିଲ୍ଲୀ ପୋଲିସ୍ ସ୍ପେଶାଲ୍ ସେଲ୍ ଘଟଣାର ତଦନ୍ତ କରୁଛି।

ବିସ୍ଫୋରଣର ପ୍ରକୃତ କାରଣ ଉପରେ ତଦନ୍ତ ଚାଲିଥିବାବେଳେ, ଏହା କିଛି ଘଣ୍ଟା ପୂର୍ବରୁ ହୋଇଥିବା ଏକ ବଡ଼ ଧରଣର ଆତଙ୍କବାଦୀ ଷଡ଼ଯନ୍ତ୍ରର ଖୁଲାସା ସହ ଯୋଡ଼ି ହେବାର ସମ୍ଭାବନା ରହିଛି।

ଜମ୍ମୁ-କାଶ୍ମୀର ଏବଂ ହରିୟାଣା ପୋଲିସ୍ ଏକ ମିଳିତ ଅଭିଯାନରେ ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍‌କୁ ଠାବ କରିଥିଲେ। ସେଠାରୁ ବୋମା ତିଆରିରେ ବ୍ୟବହୃତ ୨,୯୦୦ କିଲୋଗ୍ରାମରୁ ଅଧିକ ସନ୍ଦିଗ୍ଧ ଆମୋନିୟମ ନାଇଟ୍ରେଟ୍ ଜବତ କରାଯାଇଛି।

ଫରିଦାବାଦର ଏକ ମେଡିକାଲ କଲେଜର ଡାକ୍ତର ମୁଜାମିଲ ଶକିଲ୍ ଓ ଅନ୍ୟ ଜଣେ ମହିଳା ଡାକ୍ତରଙ୍କ ସମେତ ଜଣେ ମୌଲବୀ (Imam) ଗିରଫ ହୋଇଛନ୍ତି। ମୁଜାମିଲ ଭଡା ନେଇଥିବା ଘରୁ ବିସ୍ଫୋରକ ମିଳିଥିବା ବେଳେ ମହିଳା ଡାକ୍ତର ଶାହିନ୍‌ଙ୍କ ଗାଡ଼ିରୁ ଏକ କ୍ରିନ୍କୋଭ୍ ଆସଲ୍ଟ ରାଇଫଲ୍ ଜବତ ହୋଇଛି।

ଅଧିକାରୀମାନେ କହିଛନ୍ତି ଯେ ଏହି ମଡ୍ୟୁଲ୍ ଜବତ ହୋଇଥିବା ବିସ୍ଫୋରକରୁ ଶକ୍ତିଶାଳୀ IED ତିଆରି କରି ଦିଲ୍ଲୀରେ ଆତଙ୍କ ସୃଷ୍ଟି କରିବାକୁ ଯୋଜନା କରିଥିଲା। ବର୍ତ୍ତମାନ, ଲାଲକିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣର ସମ୍ପର୍କ ଏହି ଆତଙ୍କବାଦୀ ଷଡ଼ଯନ୍ତ୍ର ସହ ଅଛି କି ନାହିଁ, ସେନେଇ ପୋଲିସ୍ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?