Posted inଜାତୀୟ

ମୋଦିଙ୍କ ନାଁ ଶୁଣି ରାଗିଯାଇ ଏମିତି କହିଲେ ଲାଲୁ

ନୂଆଦିଲ୍ଲୀ,୧୮।୧୨: ଇଣ୍ଡିଆ ଆଲାଇନ୍ସର ଚତୁର୍ଥ ବୈଠକ ମଙ୍ଗଳବାର (୧୯ ଡିସେମ୍ବର) ରେ ଦିଲ୍ଲୀରେ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଯୋଗଦେବେ। ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପୁଅ ତଥା ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏହି ବୈଠକରେ ଯୋଗଦେବା ପାଇଁ ସୋମବାର (ଡିସେମ୍ବର ୧୮)ରେ ଦିଲ୍ଲୀ ଯାଇଛନ୍ତି। ଏହି ଗସ୍ତ ପୂର୍ବରୁ ପାଟନା ବିମାନବନ୍ଦରରେ ଗଣମାଧ୍ୟମ ସହ କଥାବାର୍ତ୍ତା କରୁଥିବାବେଳେ ଲାଲୁ ପ୍ରସାଦ ଯାଦବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ଶୁଣିବା ପରେ ଖୁବ ରାଗି ଯାଇଥିବା ଦେଖାଯାଇଛି।
କିଛି ପ୍ରଶ୍ନରେ ଲାଲୁ ଯାଦବ କହିଛନ୍ତି ଯେ ଆମେ ଏହି ସଭାରେ ଯୋଗଦେବାକୁ ଯାଉଛୁ। ସେଠାରୁ ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ନିଷ୍ପତ୍ତି ନିଆଯିବ। ସମସ୍ତ ଆସନରେ ନିର୍ବାଚନ ଲଢିବା ଏବଂ ମୋଦି ସରକାରଙ୍କୁ ହଟାଇ ଦିଆଯିବ। ସେ କହିଛନ୍ତି ଯେ ଆମେ ଦିଲ୍ଲୀରେ ଏକ ବୈଠକ କରିବୁ ଏବଂ ମିଳିତ ଭାବେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବୁ। ଏହି ସମୟରେ ଖବରଦାତାମାନଙ୍କ ପ୍ରଶ୍ନ ଥିଲା ଯେ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ମୋଦି ପୁଣିଥରେ ବିଜୟୀ ହେବେ ବୋଲି କହିଛନ୍ତି। ଏମିତି ଏକ ପ୍ରଶ୍ନ ଶୁଣି ଲାଲୁ ପ୍ରସାଦ ଯାଦବ ରାଗି ଯାଇଥିଲେ। ସେ କହିଥିଲେ ପ୍ରତିଦିନ ଆପଣ ସମାନ କଥା ପଚାରୁଛନ୍ତି। ଏହାର ଉତ୍ତରରେ ସେ କହିଥିଲେ ନରେନ୍ଦ୍ର ମୋଦି କ’ଣ କି। ଯଦି ସେ ଆସିବେ ବୋଲି କହୁଛନ୍ତି, ଆସନ୍ତୁ। ଏବେ ଲାଲୁଙ୍କ ଏହି ରାଗ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri