Posted inଜାତୀୟ

ଲାଲୁଙ୍କ ଶଳାଙ୍କୁ ୩ବର୍ଷ ଜେଲ୍‌

ପାଟନା,୩୦।୫: ସରକାରୀ କାର୍ଯ୍ୟାଳୟରେ ପଶିି ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସ୍ଥାନୀୟ ଏମ୍‌ପିଏମ୍‌ଏଲ୍‌ଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ସୋମବାର କୋଟର୍ର୍ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ଯାଦବଙ୍କ ଶଳା ତଥା ପୂର୍ବତନ ବିଧାୟକ ସାଧୁ ଯାଦବଙ୍କୁ ୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ସାଧୁଙ୍କୁ ୧୬,୦୦୦ ଟଙ୍କା ଜରିମାନା ଲଗାଇଛନ୍ତି। ଯଦି ସାଧୁ ଯାଦବ ଜରିମାନା ନ ଦିଅନ୍ତି, ତେବେ ତାଙ୍କୁ ଆଉ ଏକ ମାସ ଜେଲ୍‌ରେ ରହିବାକୁ ପଡିବ। ଅନ୍ୟପଟେ ସାଧୁ ଯାଦବଙ୍କ ଓକିଲ କହିଛନ୍ତି, ସେ ବର୍ତ୍ତମାନ ଜାମିନ ଆବେଦନ କରିବେ। ସୂଚନାଯୋଗ୍ୟ, ପୂର୍ବତନ ବିଧାୟକ ସାଧୁ ପରିବହନ ବିଭାଗର କାର୍ଯ୍ୟାଳୟକୁ ପଶି ଅଧିକାରୀଙ୍କୁ ପାଟିତୁଣ୍ଡ କରିବା ସହ ଦୁର୍ବବ୍ୟହାର କରିଥିଲେ। ଏନେଇ ପରିବହନ ବିଭାଗ ପକ୍ଷରୁ ଏତଲା ଦିଆଯାଇଥିଲା। ପୋଲିସ ଏତଲାକୁ ଭିତ୍ତି କରି ଆଇପିସିର ଦଫା ୩୪୭, ୩୫୩, ୪୪୮ ଏବଂ ୫୦୬ ଅନୁଯାୟୀ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ପରବର୍ତ୍ତୀ ସମୟରେ ଏହି ମାମଲା କୋର୍ଟରେ ପହଞ୍ଚିଥିଲା। କୋର୍ଟ ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri