Posted inଜାତୀୟ

ପିତାଙ୍କ ଆଶୀର୍ବାଦ ପାଇବାକୁ ତିନିଥର ଫୋନ୍ କଲେ ତେଜସ୍ୱୀ

ରାଞ୍ଚି,୯ ।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ଏବେ ଆରମ୍ଭ ହୋଉଛି କାଉଣ୍ଟଡାଉନ୍ । ଅନ୍ୟପଟେ ମହାମେଣ୍ଟର ନେତା ତଥା ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବଙ୍କର ସୋମବାର ଜନ୍ମଦିନ ପାଳନ କରାଯାଇଛି । ଏହି ଅବସରରେ ଦଳୀୟ ନେତା, କର୍ମୀ, ପ୍ରଶଂସକ, ବନ୍ଧୁ, ଶୁଭେଚ୍ଛୁ ସମସ୍ତଙ୍କ ନିକଟରୁ ସେ ପାଇଛନ୍ତି ଶୁଭେଚ୍ଛା ବାର୍ତ୍ତା । ହେଲେ ପିତା ଲାଲୁ ପ୍ରସାଦ ଯାଦବ ପାଖରେ ନ ଥିବାରୁ ଫୋନ ଯୋଗେ ତେଜସ୍ୱୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କର ଦୀର୍ଘ ଜୀବନ କାମନା କରିଛନ୍ତି । ଏହାସହ ଲାଲୁ କହିଛନ୍ତି ଏଥର ମୋ ତରଫରୁ ନୁହେଁ ଜନତା ଦେବେ ତେଜସ୍ୱୀଙ୍କୁ ବଡ ଜନ୍ମଦିନ ଉପହାର । ସୂଚନାଯୋଗ୍ୟ, ବିହାର ବିଧାନସଭା ନିର୍ବାଚନକୁ ନେଇ କରାଯାଇଥିବା ଏକ୍‌ଜିଟ୍ ପୋଲ୍‌ରେ ମହାମେଣ୍ଟ ସରକାର ଗଠନ କରିବ ବୋଲି ଅନୁମାନ କରାଯାଇଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଲାଲୁ କହିଛନ୍ତି ତେଜସ୍ୱୀଙ୍କୁ ଜନତା ଦେବେ ବଡ ଉପହାର । ତେଜସ୍ୱୀ ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇଥିବା ବେଳେ ଏକ୍‌ଜିଟ୍ ପୋଲ୍‌ର ଆକଳନ ଯଦି ସତ ହେଲା ତେବେ ନିଶ୍ଚିତ ଭାବେ ତେଜସ୍ୱୀଙ୍କୁ ଜନତା ଏକ ବଡ ଉପହାର ଦେବେ ବୋଲି କୁହାଯାଉଛି । ତେବେ ଜନ୍ମଦିନରରେ ତେଜସ୍ୱୀ ପିତାଙ୍କର ଆଶୀର୍ବାଦ ପାଇବାକୁ ୩ ଥର ଫୋନ୍ କରିଥିବା ଜଣାପଡିଛି । ଲାଲୁ ପ୍ରସାଦ ଯାଦବ ଏବେ ରାଞ୍ଚିର ଏକ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତେଜସ୍ୱୀ ଯେତେବେଳେ ତାଙ୍କୁ ଫୋନ୍ କରିଛନ୍ତି ସେତେବେଳେ ସେ ଶୋଇ ପଡିଥିବାରୁ ପିତାଙ୍କ ସହ ତାଙ୍କର ଯୋଗାଯୋଗ ହୋଇପାରି ନ ଥିଲା । ଏମିତିକି ରାତି ୧୨ଟା ଓ ସକାଳ ୬ଟାରେ ବି ସେ ଫୋନ୍ କରି ପିତାଙ୍କ ସହ କଥା ହୋଇ ପାରି ନ ଥିଲେ । ଶେଷରେ ଲାଲୁ ନିଜେ ତାଙ୍କ ତରଫରୁ ଫୋନକରି ତେଜସ୍ୱୀଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇବା ସହ ଜନତା ମଙ୍ଗଳବାର ତାଙ୍କୁ ବଡ ଉପହାର ଦେବେ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri