Posted inଜାତୀୟ

ମୁଲାୟମ ସିଂ ଯାଦବଙ୍କୁ ପଦ୍ମ ବିଭୁଷଣ ମିଳିବା ପରେ ପ୍ରତିକ୍ରିୟା ରଖିଲେ ଲାଲୁଙ୍କ ଝିଅ

ପାଟନା,୬।୪: ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ ବୁଧବାର ବରିଷ୍ଟ ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କୁ ମରଣୋତ୍ତର ପଦ୍ମ ବିଭୁଷଣରେ ସମ୍ମାନୀତ କରିଛନ୍ତି। ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ଦିଆଯାଇଛି। ସେ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଓ ଦୀର୍ଘଦିନ ଧରି ଏମପି ବି ରହିଥିଲେ। ଏହାପରେ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରାଜ ଲକ୍ଷ୍ମୀ ଯାଦବଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି।

ରାଜ ଲକ୍ଷ୍ମୀ ଯାଦବ କହିଛନ୍ତି, ମାନନୀୟ ରାଷ୍ଟ୍ରପତିଙ୍କ ଦ୍ୱାରା ନେତାଜୀଙ୍କୁ ପଦ୍ମ ବିଭୁଷଣରେ ସମ୍ମାନୀତ କରାଯାଇଛି, ଯାହାକି ସମାଜର ମୁଖ୍ୟ ଧାରାରେ ଶୋଷିତ, ବାଞ୍ଛିତ ଓ ପଛୁଆବର୍ଗଙ୍କୁ ମୁଖ୍ୟ ସ୍ରୋତ ସହ ଯୋଡିବାକୁ ସର୍ବଦା ତାଙ୍କୁ ସ୍ମରଣ କରିବ। ତୁମେ ଆମକୁ ସର୍ବଦା ପ୍ରେରଣା ଯୋଗାଇବ। ଅଖିଳେଶ ଯାଦବଙ୍କ ଦ୍ୱାରା ଶେୟାର କରାଯାଇଥିବା ଫଟୋ ଉପରେ ରାଜ ଲକ୍ଷ୍ମୀ ଏହି ପ୍ରତିକ୍ରିୟା ଦେଇଛନ୍ତି। ଏହା ପୂର୍ବରୁ ବୁଧବାର ଦିନ ଅଖିଳେଶ ଯାଦବ ନେତାଜିଙ୍କ ପଦ୍ମ ବିଭୁଷଣ ପୁରସ୍କାର ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri