Posted inଜାତୀୟ

‘ଭାଜପା କାହିଁକି ଭୟ କରୁଛି…’ଜାତି ଜନଗଣନା ଉପରେ ରୋକ ଲାଗିବା ପରେ ପ୍ରତିକ୍ରିୟା ରଖିଲେ ଆରଜେଡି ସୁପ୍ରିମୋ

ପାଟନା,୫।୫: ବିହାରରେ ଚାଲିଥିବା ଜାତିଭିତ୍ତିକ ଜନଗଣନା ଉପରେ ପାଟନା ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଜାରି କରିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଜୁଲାଇ ୩ରେ ହେବ ବୋଲି କୋର୍ଟ କହିଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବିହାରରେ ରାଜନୀତି ଆରମ୍ଭ ହୋଇଯାଇଛି। ଏହି ସମୟରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଭାଜପାକୁ ଟାର୍ଗେଟ କରିଛନ୍ତି। ଟୁଇଟ କରି କହିଛନ୍ତି, ଜନଗଣନା ହେଉଛି ଅଧିକାଂଶ ଲୋକଙ୍କ ଦାବି ଏବଂ ଏହା ଜାରି ରହିବ। ହେଲେ ଭାଜପା ଜାତି ଜନଗଣନାକୁ ଡରୁଛନ୍ତି କାହିଁକି? ଯିଏ ଜାତି ଜନଗଣନାକୁ ବିରୋଧ କରୁଛି ସେ ସେ ସମାନତା, ମାନବିକତାର ବିରୋଧୀ ଏବଂ ଉଚ୍ଚ-ନିଚ୍ଚ, ଦାରିଦ୍ର, ବେକାରୀ, ପଛୁଆବର୍ଗ, ସାମାଜିକ, ଅର୍ଥନୈତିକ ଭେଦଭାବର ସମର୍ଥକ। ଜାତି ଜନଗଣନାରେ ଭାଜପାର ଚତୁର କୌଶଳ ଏବଂ ଚତୁରତାକୁ ମୁଁ ବୁଝିସାରିଛି।

ଏହାପୂର୍ବରୁ ବିହାରର ଉପମୁଖ୍ୟମନ୍ତ୍ରୀ ତଥା ଲାଲୁଙ୍କ ସାନ ପୁଅ ତେଜସ୍ବୀ ଯାଦବ ମଧ୍ୟ ଗୁରୁବାର ଏକ ବଡ଼ ବିବୃତ୍ତି ଦେଇଛନ୍ତି। ତେଜସ୍ବୀ କହିଛନ୍ତ, ଜାତିଭିତ୍ତିକ ଜନଗଣନା ଲୋକଙ୍କ ହିତ ପାଇଁ ଅଟେ। ଏହି ସର୍ବେକ୍ଷଣର ଦାବି ମଧ୍ୟ ଜନସାଧାରଣଙ୍କଠାରୁ ଆସିଥିଲା। ଏହି ସର୍ବେକ୍ଷଣର ଲାଭ ହେଉଛି ଦାରିଦ୍ର୍ୟ ଦୂର କରିବା, ପଛୁଆବର୍ଗ ଦୂର କରିବା ଏବଂ ସରକାରଙ୍କ ଯୋଜନାର ଲାଭ କିପରି ସମାଜର ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଏହା ସବୁ ଥିଲା। ଲୋକଙ୍କ ଆର୍ଥିକ ଅବସ୍ଥା କ’ଣ? ଏହାକୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହି ସର୍ଭେ ଏକ ନିର୍ଦ୍ଦିଷ୍ଟ ଜାତି ବିଷୟରେ ନୁହେଁ, ଏହା ସମସ୍ତଙ୍କ ପାଇଁ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri