Categories: ଜାତୀୟ

ସଫଳ ହେଲା ଲାଲୁ ଯାଦବଙ୍କ କିଡନୀ ପ୍ରତିରୋପଣ

ପାଟନା,୫।୧୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସୋମବାର ସିଙ୍ଗାପୁରରେ କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର ସଫଳ ହୋଇଛି। ଲାଲୁଙ୍କ ସାନ ଝିଅ ରୋହିଣୀ ତାଙ୍କୁ କିଡନୀ ଦାନ କରିଛନ୍ତି। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ସୋମବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଅପରେଶନ ସଫଳ ହୋଇଛି ଏବଂ ବର୍ତ୍ତମାନ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି। ରୋହିଣୀ ଆଚାର୍ଯ୍ୟ ଏବଂ ଲାଲୁ ଯାଦବ ଏବେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି।

Share