Posted inଜାତୀୟ

ଲାଲୁ ଜଣେ ନିର୍ଭୀକ ଯୋଦ୍ଧା, ଜନ୍ମଦିନରେ ଲାଲୁଙ୍କୁ ପ୍ରଶଂସା କଲେ ଷ୍ଟାଲିନ…

ପାଟନା/ଚେନ୍ନାଇ,୧୧।୬ : ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ସୁପ୍ରିମୋ ତଥା ବିହାରର ପୂର୍ବତନ ସିଏମ ଲାଲୁ ପ୍ରସାଦ ଯାଦବଙ୍କୁ ତାଙ୍କ ଜନ୍ମଦିନରେ ରବିବାର (ଜୁନ ୧୧) ଅଭିନନ୍ଦନ ଜଣାଇ ତାଙ୍କୁ ସାମାଜିକ ନ୍ୟାୟର ନିର୍ଭୀକ ଯୋଦ୍ଧା ବୋଲି କହିଛନ୍ତି। ଡିଏମକେ ଅଧ୍ୟକ୍ଷ ଷ୍ଟାଲିନ ଲାଲୁଙ୍କୁ ୭୬ ତମ ଜନ୍ମଦିନରେ ଟୁଇଟରରେ ଶୁଭେଚ୍ଛା ଜଣାଇଛନ୍ତି।

ଷ୍ଟାଲିନ ଏକ ଟୁଇଟରେ ଲେଖିଛନ୍ତି, ବରିଷ୍ଠ ରାଜନେତା ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଜୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ କହିଛନ୍ତି ସମ୍ମାନ ଉପରେ ଲାଲୁଙ୍କ ଗୁରୁତ୍ୱ ତାଙ୍କ ରାଜନୀତିକୁ ଥନ୍ଧଇ ପେରିଆରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଆମର ଆତ୍ମ ସମ୍ମାନ ଆନ୍ଦୋଳନର ନିକଟତର କରିଥାଏ। ଏହା ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ହେଉ କିମ୍ବା ଜନଗଣନା ପାଇଁ ଦାବି ହେଉ କିମ୍ବା ଧର୍ମନିରପେକ୍ଷତାକୁ ସମର୍ଥନ କରିବା ଆଦି ପ୍ରସଙ୍ଗରେ ଲାଲୁ ପ୍ରସାଦଙ୍କ କ୍ରମାଗତ ସ୍ବର ଉତ୍ତୋଳନ ତାଙ୍କୁ ସାମାଜିକ ନ୍ୟାୟର ନିର୍ଭୀକ ଯୋଦ୍ଧା କରିଛି।

ଏହା ସହିତ ଲାଲୁଙ୍କ ଜନ୍ମଦିନ ଅବସରରେ ଷ୍ଟାଲିନ ତାଙ୍କୁ ଉତ୍ତର ଭାରତରେ ମଣ୍ଡଳ ରାଜନୀତିକୁ ମଜବୁତ କରିବା ପାଇଁ ଲୋକଙ୍କ ସେବାରେ ଆହୁରି ଅନେକ ବର୍ଷ ସକ୍ରିୟ ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏଥି ସହିତ ଲାଲୁ ପ୍ରସାଦ ରବିବାର ପାଟନାରେ ପରିବାର ସହ କେକ କାଟି ନିଜର ୭୬ ତମ ଜନ୍ମଦିନ ପାଳନ କରିଥିଲେ। ବିହାର ସିଏମ ନୀତୀଶ କୁମାର ରବିବାର ଲାଲୁ ଯାଦବଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ଏବଂ ତାଙ୍କର ଦୀର୍ଘ ତଥା ସୁସ୍ଥ ଜୀବନ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri