Posted inଜାତୀୟ

‘ଦେଶ ଗୃହଯୁଦ୍ଧ ଆଡକୁ ବଢୁଛି’

ପାଟନା,୬।୬: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଦେଶ ଏବେ ଗୃହଯୁଦ୍ଧ ଅଭିମୁଖେ ଯାଉଥିବା ସେ ଅଭିଯୋଗ କରିଛନ୍ତି। ସମ୍ପୂର୍ଣ୍ଣ କ୍ରାନ୍ତି ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଲାଲୁ ଯାଦବ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗଦେଇ କହିଛନ୍ତି, ମୁଁ ଦେଶର ଲୋକମାନଙ୍କୁ ଦରଦାମ ବୃଦ୍ଧି, ବେକାରି ଓ ଦୁର୍ନୀତି ବିରୋଧରେ ଏକାଠି ହେବାକୁ ଆହ୍ବାନ ଦେଉଛି। ଆମକୁ ଏକାଠି ହୋଇ ଲଢ଼ିବାକୁ ପଡିବ। ଭାଜପା ଯେଉଁଭଳି କାମ ସବୁ କରୁଛି, ତାହା ଦେଶକୁ ଗୃହଯୁଦ୍ଧ ଅଭିମୁଖେ ନେଉଛି। ଏ ସରକାର ଦେଶର ଏକତା ନଷ୍ଟ କରିବାରେ ଲାଗିପଡିଛନ୍ତି।
ଲାଲୁ ଯାଦବଙ୍କ ଏହି ବିବୃତିି ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ଏମ୍‌ପି ରବିଶଙ୍କର ପ୍ରସାଦ ଦୁର୍ନୀତି ପ୍ରସଙ୍ଗରେ ଲାଲୁଙ୍କ ପରିବାରକୁ ଘେରି ରହିଥିଲେ। ସେ କହିଛନ୍ତି, ଜୟପ୍ରକାଶ ନାରାୟଣ ସେହି ସମୟରେ ସ୍ଲୋଗାନ ଦେଇଥିଲେ ‘ଦୁର୍ନୀତି ହଟାଅ, ଏକ ନୂତନ ବିହାର ନିର୍ମାଣକର’। ଆଜି ଯେଉଁମାନେ ସମୁଦାୟ ବିପ୍ଳବ ବିଷୟରେ କହୁଛନ୍ତି, ସେମାନେ ଜେପି ସ୍ଲୋଗାନ ବିଷୟରେ କ’ଣ କହିବେ?
ସୂଚନାଯୋଗ୍ୟ, ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ଯାଦବ ଜାମିନରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri