Posted inଜାତୀୟ

ସୁଧୁରୁଛି ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ପୂର୍ବାପେକ୍ଷା ବର୍ତ୍ତମାନ ଭଲ ଅଛି। ହେଲେ ଏବେ ବି ଡାକ୍ତରମାନେ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି। ଅନ୍ୟପଟେ ଲାଲୁ ଯାଦବ ଲୋକଙ୍କୁ ଭେଟୁଛନ୍ତି ଓ ସେମାନଙ୍କ ସହ କଥାବାର୍ତ୍ତା କରୁଛନ୍ତି ବୋଲି ତାଙ୍କ ପରିବାର ସଦସ୍ୟ କହିଛନ୍ତି। ଇତିମଧ୍ୟରେ ଲାଲୁଙ୍କ ସ୍ବାସ୍ଥ୍ୟବସ୍ଥା ପଚାରିବୁଝିବା ପାଇଁ ଗୁରୁବାର କେନ୍ଦ୍ରମନ୍ତ୍ରୀ ପଶୁପତି ପରାସ ହସ୍ପିଟାଲକୁ ଯାଇ ତାଙ୍କୁ ଭେଟିଛନ୍ତି। ଏହି ସମୟରେ ସେ ଲାଲୁଙ୍କୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରିଥିଲେ ଏବଂ କିଛି ସମୟ ଧରି କଥାବର୍ତ୍ତା କରିଥିଲେ। ସୂଚନାଯୋଗ୍ୟ, ୭୪ ବର୍ଷୀୟ ଲାଲୁ ଯାଦବ ରବିବାର ପାଟନାର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣା ପରେ ଲାଲୁଙ୍କୁ ଘରେ ପଡ଼ିଯିବା ପରେ ତାଙ୍କ ଡାହାଣା କାନ୍ଧ ଫ୍ରେକ୍‌ଚର ହୋଇଯାଇଛି। ପ୍ରାଥମିକ ଚିକିତ୍ସା ପାଇଁ ପ୍ରଥମେ ତାଙ୍କୁ ପାଟନା ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଦିନ ତାଙ୍କୁ ଡିସଚାର୍ଜ କରାଯାଇଥିଲା, କିନ୍ତୁ ସୋମବାର ତାଙ୍କ ଅବସ୍ଥା ଗୁରୁତର ହେବା ପରେ ତାଙ୍କୁ ପାରସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ରାତିରେ ଲାଲୁ ପ୍ରସାଦ ଯାଦବଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଅଣାଯାଇଥିଲା। ବର୍ତ୍ତମାନ ସେ ଦିଲ୍ଲୀର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ସହ କଥା ହୋଇ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri