Posted inଜାତୀୟ

ପୁଣି ବଢିବ ଅଡୁଆ: ଲାଲୁଙ୍କ ବିରୋଧରେ ଦେଓଘର ଟ୍ରେଜେରୀ ମାମଲାରେ ସିବିଆଇର ନୂଆ ତଥ୍ୟ

ରାଞ୍ଚି,୨୮।୯: ରାଷ୍ଟ୍ରୀୟ ଜନତା ଦଳର ସଭାପତି ଲାଲୁ ପ୍ରସାଦ ଯାଦବଙ୍କ ଅଡୁଆ ପୁଣି ବଢିବାରେ ଲାଗିଛି। ଦେବଘର ଟ୍ରେଜେରୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଲାଲୁ ପ୍ରସାଦଙ୍କ ଦଣ୍ଡ ବୃଦ୍ଧି ଦାବିରେ ଝାଡଖଣ୍ଡ ହାଇକୋର୍ଟରେ ଶୁଣାଣି ଚାଲିଛି।
ସିବିଆଇ ଦ୍ୱାରା ଦାଖଲ ଆବେଦନ ଉପରେ ବୁଧବାର କୋର୍ଟରେ ଶୁଣାଣି ହୋଇଛି। ଶୁଣାଣି ସମୟରେ କୋର୍ଟ ସିବିଆଇ ଏବଂ ଅଭିଯୁକ୍ତଙ୍କ ପକ୍ଷ ଶୁଣିଥିଲେ। ତେବେ ଡିସେମ୍ବର ଦ୍ୱିତୀୟ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ତାରିଖ ସ୍ଥିର କରାଯାଇଛି।

ଚାରା ଦୁର୍ନୀତି ମାମଲାରେ ଲାଲୁ ଝାଡଖଣ୍ଡ ହାଇକୋର୍ଟରୁ ଜାମିନ ପାଇଛନ୍ତି। କିନ୍ତୁ, ଏବେ ପୁଣି ଥରେ ଦେଓଘର ଟ୍ରେଜେରୀ ମାମଲା କାଦୁଅରେ ଲାଲୁ ଫସି ଚାଲିଛନ୍ତି। ଦେଓଘର ଟ୍ରେଜେରୀ ମାମଲାରେ ଲାଲୁଙ୍କ ଦଣ୍ଡ ବୃଦ୍ଧି ଦାବିରେ ସିବିଆଇ ପକ୍ଷରୁ ଝାଡଖଣ୍ଡ ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି। ସିବିଆଇ ପକ୍ଷରୁ ଏହି ଆବେଦନରେ କୁହାଯାଇଛି, ଏହି ମାମଲାରେ ଲାଲୁଙ୍କୁ ୩ବର୍ଷ ଦଣ୍ଡ ବିଧାନ ହୋଇଛି କିନ୍ତୁ ଏହି କ୍ଷେତ୍ରରେ ତାଙ୍କ ସମ୍ପୃକ୍ତିକୁ ବିଚାର କରି ୭ବର୍ଷ ଦଣ୍ଡ ଦେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri