ଶ୍ରୀଲଙ୍କାରେ ହାହାକାର, ଚାଉଳ କିଲୋ ହେବ ୫୦୦ ଟଙ୍କା…

କଲମ୍ବୋ, ୭।୬ : ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଥିବା ଶ୍ରୀଲଙ୍କାରେ ଅତ୍ୟାବଶ୍ୟକ ସାମଗ୍ରୀର ଦାମ ଆକାଶଛୁଆଁ ହୋଇଛି। ଫଳରେ ଲୋକଙ୍କ ମଧ୍ୟରେ ଖାଦ୍ୟ ସାମଗ୍ରୀକୁ ନେଇ ହାହାକାର ସୃଷ୍ଟି ହୋଇଛି। ଏବେ ଶ୍ରୀଲଙ୍କାରେ ଏକ କିଲୋଗ୍ରାମ ଚାଉଳର ଦାମ ୫୦୦ ଟଙ୍କାରେ ପହଞ୍ଚିବ ବୋଲି ଆଶା କରାଯାଉଛି। ସ୍ଥାନୀୟ ମିଲ ମାଲିକମାନଙ୍କ ଅନୁସାରେ ଏକ କିଲୋଗ୍ରାମ ଚାଉଳର ଦାମ୍‌ ଖୁବ୍‌ ଶୀଘ୍ର ୫୦୦ ଟଙ୍କା ଛୁଇଁବାର ଆଶଙ୍କା ରହିଛି।

ବର୍ତ୍ତମାନ ଶ୍ରୀଲଙ୍କାରେ ଭଡାପାଥୁ କିସମର ଏକ କିଲୋଗ୍ରାମ ଚାଉଳ ଦାମ ୨୦୦ ଟଙ୍କା ରହିଛି। ବର୍ତ୍ତମାନ ଶ୍ରୀଲଙ୍କାରେ ମୁଦ୍ରାସ୍ଫୀତି ସ୍ତର ଚଳିତ ବର୍ଷ ଜାନୁୟାରୀ ଠାରୁ ସର୍ବୋଚ୍ଚ ସ୍ତରକୁ ଛୁଇଁଛି। ତେଣୁ, ଜରୁରୀ ସାମଗ୍ରୀଗୁଡ଼ିକର ମୂଲ୍ୟ ଦିନକୁ ଦିନ ବୃଦ୍ଧି ପାଉଛି ।

ପରିସ୍ଥିତି ଏପରି ଯେ ଗରିବଙ୍କ ବଞ୍ଚିବା ପାଇଁ ବ୍ୟବହୃତ ଗହମ ଏବଂ ଚାଉଳ ଭଳି ଖାଦ୍ୟ ସାମଗ୍ରୀର ମୂଲ୍ୟ ଲଗାତାର ବଢ଼ିବାରେ ଲାଗିଛି। ଶ୍ରୀଲଙ୍କାରେ ଗହମର ଦାମ୍‌ ମଧ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଦେଶରେ ବଢୁୁଥିବା ମୁଦ୍ରାସ୍ଫୀତିକୁ ଦୃଷ୍ଟିରେ ରଖି ଅଧିକାଂଶ ଦୋକାନୀ ଗହମ ଅର୍ଡର ଏବଂ ବିକ୍ରୟ ବନ୍ଦକରି ଦେଇଛନ୍ତି। ସ୍ଥାନୀୟ ଦୋକାନୀମାନେ କହିଛନ୍ତି ଯେ ଏହି ସମୟରେ ଶ୍ରୀଲଙ୍କାରେ ଚାଉଳ ତୁଳନାରେ ଗହମର ମୂଲ୍ୟ ବୃଦ୍ଧି ଯୋଗୁ ସେମାନେ ଗହମ ଅର୍ଡର କରିଥିଲେ। ଏବେ ସେମାନଙ୍କ ଦୋକାନ ମଧ୍ୟ ବନ୍ଦ ହେବାକୁ ଯାଉଛି।

ସୂଚନାଯୋଗ୍ୟ,ଶ୍ରୀଲଙ୍କାର ସଙ୍କଟ ସମୟରେ ଭାରତ ଲଗାତାର ସହାୟତା ଯୋଗାଣ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri